କ୍ଷମା ମାଗିଲେ ପୁଟିନ: ଅଜରବୈଜାନ ବିମାନ ଦୁର୍ଘଟଣା ପାଇଁ ରୁଷିଆ ଦାୟୀ

ମସ୍କୋ,୨୮।୧୨: କ୍ଷମା ମାଗିଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ରୁଷିଆ ଆକାଶରେ ବିମାନ ଦୁର୍ଘଟଣା ପାଇଁ ସେ ଅଜରବୈଜାନ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିଛନ୍ତି। ଏହାପରେ ବିମାନଟି କୌଣସି ପକ୍ଷୀରେ ମାଡ଼ ହୋଇ ନାହିଁ ବରଂ ଭୁଲରେ ତାହା ରୁଷିଆ ଦ୍ୱାରା ଆକ୍ରମଣ କରାଯାଇଥିବା ସ୍ପଷ୍ଟ ହୋଇଛି।
ବୁଧବାର କାଜାଖସ୍ତାନର ଅକାଟୁ ସହର ନିକଟରେ ଏହି ଦୁର୍ଘଟଣା ଘଟିଥିଲା। j2-8243 ବିମାନଟି ରୁଷଆର ଗ୍ରୋଜନୀ ସହରକୁ ଅଭିମୁଖେ ଯାତ୍ରା କରୁଥିଲା। ବିମାନଟି ଅବତରଣ କରିବାକୁ ଚେଷ୍ଟା କରିବା ସମୟରେ ସ୍ଥାନୀୟ ଅଞ୍ଚଳରେ ୟୁକ୍ରେନ ଡ୍ରୋନ ଆକ୍ରମଣ ଯୋଗୁ ବାୟୁ ସୁରକ୍ଷା ଆଲର୍ଟ ଜାରି କରାଯାଇଥିଲା। ଫଳରେ ଦକ୍ଷିଣ ରୁଷିଆରୁ ଦିଗ ବଦଳାଇବା ସମୟରେ ବିମାନକୁ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଟାର୍ଗେଟ କରାଯାଇଥିଲା। ଏହି ଦୁର୍ଘଟଣାରେ ଅତି କମ୍‌ରେ ୩୮ଜଣ ପ୍ରାଣ ହରାଇଥିଲେ।
ରୁଷିଆର କ୍ରେମଲିନ୍‌ ପକ୍ଷରୁ ଜାରି କରାଯାଇଥିବା ଏକ ବିବୃତ୍ତିରେ କୁହାଯାଇଛି ଯେ, ପୁଟିନ ଏହି ଘଟଣା ପାଇଁ ଆଲିଭ୍‌ଙ୍କୁ କ୍ଷମା ମାଗିଛନ୍ତି। ସେ ଏହାକୁ ରୁଷିଆ ଆକାଶ ମାର୍ଗରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣା ବୋଲି କହିଛନ୍ତି। ପୁଟିନ ପୀଡ଼ିତ ପରିବାର ପ୍ରତି ଗଭୀର ସମବେଦନା ଜଣାଇ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ତେବେୁ ୟୁକ୍ରେନ ଡ୍ରୋନ୍‌କୁ କାବୁ କରିବା ଉଦ୍ୟମ ବେଳେ ବିମାନ କ୍ରାସ ହୋଇଛି। ଦକ୍ଷିଣ ରୁଷିଆରେ ୟୁକ୍ରେନ୍‌ର ଡ୍ରୋନ ଆଟାକ୍‌କୁ ନିଷ୍ଫଳ ଉଦ୍ୟମ ବେଳେ ଅଜରବୈଜାନ ଏୟାରଲାଇନ୍ସ ବିମାନ ଦୁର୍ଘଟଣା ଘଟିଥିବା ରୁଷିଆ ପକ୍ଷରୁ ସ୍ପଷ୍ଟ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri