ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ ଓ ସନ୍ତରାଗଡ଼ିଆ ଅଞ୍ଚଳବାସୀ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଆଜ୍ଞାମାଳ ଆଣି ଏକ ବିଶାଳ ବାଇକ ଶୋଭାଯାତ୍ରାରେ ନୀଳଗିରି ବସ୍‌ଷ୍ଟାଣ୍ଡରୁ ଈଶ୍ୱରପୁର ବଉଳଗଡ଼ିଆ ପରିକ୍ରମା କରି ସନ୍ତରାଗଡ଼ିଆ ନୋଡ଼ାଲ ହାଇସ୍କୁଲରେ ପହଞ୍ଚି ଥିଲେ।

ପୂର୍ବତନ ଜିଲା ଉପସ୍ବାସ୍ଥ୍ୟ ଅଧିକାରୀ ମୃତ୍ୟୁଞ୍ଜୟ ମିଶ୍ର ହୀରକ ଜୟନ୍ତୀକୁ ଉଦ୍‌ଘାଟନ କରିବା ପରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏଥିରେ ୯୭ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ୭ରୁ ଊର୍ଦ୍ଧ୍ୱ ଡାକ୍ତରଙ୍କ ସହାୟତାରେ ଏକ ସ୍ବାସ୍ଥ୍ୟ ଶିବିରରେ ସହସ୍ରାଧିକ ଅଞ୍ଚଳବାସୀ ମାଗଣା ଔଷଧ ସହିତ ସ୍ବାସ୍ଥ୍ୟସେବା ପାଇଥିଲେ। ସନ୍ଧ୍ୟାରେ ଆଇନଜୀବୀ ଅମରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ତ୍ରିଦିବସୀୟ ହୀରକ ଜୟନ୍ତୀ ସମାରୋହର ପ୍ରଥମ ସନ୍ଧ୍ୟାରେ ସମ୍ପାଦକ ଡ. ଅକ୍ଷୟ କୁମାର ପାଣିଗ୍ରାହୀ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ମୁଖ୍ୟଅତିଥି ଭାବେ ସ୍କୁଲ ଅବସରପ୍ରାପ୍ତ ଶିକ୍ଷକ ରାଧାକୃଷ୍ଣ ଦାସ, ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତି୍ୟକ ଶରତ ଚନ୍ଦ୍ର ମହାପାତ୍ର, ସମ୍ମାନିତ ଅତିଥି ଭାବେ ଚନ୍ଦ୍ରବିନ୍ଦୁ ଦାସ, ସମ୍ମାନିତ ବକ୍ତା ଭାବେ ଏଫ୍‌ଏମ୍‌ ୟୁନିଭରସିଟି ପିଜି କାଉନସିଲ ଅଧ୍ୟକ୍ଷ ଭାସ୍କର ଚନ୍ଦ୍ର ବେହେରା ବକ୍ତବ୍ୟ ପ୍ରଦାନ କରିଥିଲେ।

ଅତିଥି ଭାବେ ଅଭୟ କୁମାର ମିଶ୍ର, ସମ୍ମାନିତ ବକ୍ତା ଭାବେ ଭାସ୍କର ଚନ୍ଦ୍ର ବେହେରା ଉପସ୍ଥିତ ରହି ଉଦ୍‌ବୋଧନ ଦେଇଥିଲେ। ସମ୍ବର୍ଦ୍ଧିତ ବ୍ୟକ୍ତିତ୍ୱମାନେ ହେଲେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ଦାସ, ପ୍ରାଣବନ୍ଧୁ ଜେନା, ରବିନାରାୟଣ ପାଣିଗ୍ରାହୀ, ଉମାକାନ୍ତ ମଲିକ, ମନୋରଞ୍ଜନ ରାଉତ, ନରହରି ବିଶ୍ୱାଳ, ନରେନ୍ଦ୍ର କୁମାର ପଣ୍ଡା, ରାମଚନ୍ଦ୍ର ମହାପାତ୍ର, ସ୍କୁଲ କର୍ମଚାରୀ ଭାସ୍କର ଚନ୍ଦ୍ର ସ୍ବାଇଁ, ମହେନ୍ଦ୍ର ମଲିକ ଏବଂ ପ୍ରତିଷ୍ଠାତା ସଦସ୍ୟ ମହେଶ୍ୱର ସେନାପତି। ସଭା ପରେ ଯାତ୍ରା କଳାକାର ପୀୟୁଷ ଏବଂ କଣ୍ଠଶିଳ୍ପୀ ବର୍ଣ୍ଣାଳୀ ହୋତାଙ୍କ ସଂଗୀତ ମୂର୍ଚ୍ଛନାରେ ଅଞ୍ଚଳବାସୀ ମସ୍‌ଗୁଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri