Posted inଜାତୀୟ

ସ୍ମୃତିରେ ହୋଇଗଲେ ପୂର୍ବତନ ପ୍ରଧାନମନ୍ତ୍ରୀ, ଯମୁନାରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅସ୍ଥିକୁ ବିସର୍ଜନ କରିବାର ରୀତିନୀତି ରବିବାର (୨୯ ଡିସେମ୍ବର) ଦିଲ୍ଲୀର ଗୁରୁଦ୍ୱାର ମଜନୁ କା ତିଲା ନିକଟ ଯମୁନା ଘାଟରେ କରାଯାଇଥିଲା। ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଶେଷ ରୀତିନୀତି ଶନିବାର (୨୮ ଡିସେମ୍ବର) ନିଗମ ବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ କରାଯାଇଥିଲା। ତାଙ୍କ ଝିଅ ମୁଖାଗ୍ନି ଦେଇଥିଲେ।
ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ, କଂଗ୍ରେସ ଦଳର ଅନ୍ୟ ବରିଷ୍ଠ ନେତା ତଥା ସରକାରୀ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ।
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ରାହୁଲ ଗାନ୍ଧୀ କହିଛନ୍ତି ଯେ ଡକ୍ଟର ମନମୋହନ ସିଂଙ୍କୁ ଆଜି ବିଦାୟ, ତାଙ୍କର ନମ୍ରତା, ମାର୍ଗଦର୍ଶନ ଏବଂ ଦେଶରେ ତାଙ୍କର ଅବଦାନ ସର୍ବଦା ଜୀବନ୍ତ ରହିବ। ଇତିହାସର ପୃଷ୍ଠା ହୋଇ ରହିବ।
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ, ଦେଶ ତଥା ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂ ଜୀଙ୍କୁ ଶେଷ ନମସ୍କାର। ଅନ୍ତିମ ସଂସ୍କାରରେ ଲୋକ ସଭା ବାଚସ୍ପତି ଓମ ବିର୍ଲା, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ, ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସାକ୍ସେନା, ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ବିଭିନ୍ନ ଦଳର ବରିଷ୍ଠ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri