ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ଦେଲେ ବଡ଼ ପ୍ରତିଶ୍ରୁତି

ଗୋପାଳପୁର,୨୯ା୧୨(ନବୀନ ରାଜ ଆଚାରୀ): ଖରିଫ ଧାନଫସଲ ଅମଳ ସମୟରେ ଅଦିନିଆ ବର୍ଷାମାଡ଼ରେ ଧାନଫସଲ ନଷ୍ଟ ହୋଇଛି। ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଧାରିତ ସମୟ ଠାରୁ ୨ଘଣ୍ଟା ୨୦ମିନିଟ୍‌ ବିଳମ୍ବରେ ଗଜପତି ଜିଲା ଗସ୍ତ ସାରି ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବ୍ରହ୍ମପୁର ଉପକଣ୍ଠ ଗଞ୍ଜୁ ରାସ୍ତାରେ ଥିବା ଚାଷଜମି ଗସ୍ତ କରି କ୍ଷୟକ୍ଷତି ଦେଖିଥିଲେ। ମୁଖ୍ୟମନ୍ତ୍ରୀ ଗ୍ରାଉଣ୍ଡ ଜିରୋରେ ପହଞ୍ଚତ୍ ସମୀକ୍ଷା କରି ଚାଷୀଙ୍କ ସହ ଆଲୋଚନା କରିଥିଲେ। ରଙ୍ଗେଈଲୁଣ୍ଡା ଏୟାର ଷ୍ଟ୍ରିପରେ ହେଲିକପ୍ଟରରୁ ଓହ୍ଲାଇ ବାଇ ରୋଡ୍‌ରେ ଗଞ୍ଜୁ ରାସ୍ତାରେ ଥିବା ଆଙ୍କୁଲିର ବିଜୟ ନାହାକ, ସୁଧାର ନାହାକ ଓ ସୁଶାନ୍ତ ପ୍ରଧାନଙ୍କ କ୍ଷତିଗ୍ରସ୍ତ ଚାଷଜମି ବୁଲିବାବେଳେ ଚାଷୀମାନେ ଗଜା ହୋଇଥିବା ଧାନ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଥିଲେ। ଉଭୟ ଚାଷୀଙ୍କୁ ଇନ୍ସ୍ୟୁରାନ୍ସ କ୍ଲେମ୍‌ କରିବାକୁ କହିବା ସହ ଏହାର କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ସମୟରେ ଚାଷୀମାନେ ଏଫ୍‌ଏକ୍ୟୁ ମାନକୁ କୋହଳ କରିବା ପାଇଁ ଅନୁରୋଧ କରିଥିଲେ। ପୂର୍ବରୁ ଧାନ କ୍ଷୟକ୍ଷତି ସମୟରେ କୌଣସି ମୁଖ୍ୟମନ୍ତ୍ରୀ ଆମ ନିକଟକୁ ଆସି ନ ଥିବା ଚାଷୀ ସୁଧାର ନାହାକ ଗଣମାଧ୍ୟମକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ଥିଲେ। ସେଠାରୁ ବାହାରି ମୁଖ୍ୟମନ୍ତ୍ରୀ ଛତ୍ରପୁର ଅଭିମୁଖେ ଗସ୍ତ କରିଥିଲେ।
ଏହି ଅବସରରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଦକ୍ଷିଣାଞ୍ଚଳ ଡିଆଇଜି ଡା. ସାର୍ଥକ ଷଡ଼ଙ୍ଗୀ, ବ୍ରହ୍ମପୁର ଡା. ସର୍ବଣା ବିବେକ ଏମ୍‌, ବ୍ରହ୍ମପୁର ଉପଜିଲାପାଳ ଦିନ ଦସ୍ତାଗିର, ରାଜସ୍ବ, କୃଷି, ଉଦ୍ୟାନ ପ୍ରଭୃତି ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri