ସ୍କୁଟିକୁ ଧକ୍କା ଦେଲା ବାଲି ବୋଝେଇ ହାଇଓ୍ବା: ଚାଲିଗଲା ସ୍ତ୍ରୀଙ୍କ ଜୀବନ, ସ୍ବାମୀ ଗୁରୁତର

ହିଞ୍ଜିଳିକାଟୁ,୨୯ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ୫୯ନଂ ରାଜପଥ ହିଞ୍ଜିଳିକାଟୁ ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତା ମହିଳା ଜଣଙ୍କ ହେଲେ କବିସୂର୍ଯ୍ୟନଗର ଥାନା ଆଠଗଡ଼ ଗ୍ରାମର ସୁଲତା ସାହୁ (୩୬) ଓ ଗୁରୁତର ସ୍ବାମୀ ଭଗବାନ ସାହୁ (୪୪)। ସେମାନେ ସ୍କୁଟିରେ (ଓଆର ୦୭ ଡବ୍ଳ୍ୟୁ ୮୨୦୮) ଆଠଗଡ଼ରୁ ବାହାରି ହିଞ୍ଜିଳିକାଟୁ ଦେଇ ବ୍ରହ୍ମପୁର ଯାଉଥିଲେ।

ଅନ୍ୟପକ୍ଷରେ ଆସିକାଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ବାଲି ବୋଝେଇ ଟିପ୍ପର ସ୍କୁଟିର ପଛକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟି ପଛରେ ବସିଥିବା ସୁଲତା ଡାହାଣ ପାଖକୁ ଛିଟିକି ପଡ଼ିଥିଲେ। ତାଙ୍କର ମୁଣ୍ଡ ଉପରେ ହାଇଓ୍ବାଟି ଚଢ଼ି ଚାଲିଯାଇଥିଲା। ଫଳରେ ସେ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ।
ଅନ୍ୟପକ୍ଷରେ ବାମପାର୍ଶ୍ୱକୁ ଛିଟିକି ପଡ଼ିଥିବା ସ୍ବାମୀ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ହାଇଓ୍ବା ଚାଳକ ନେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ବାମୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସୁଲତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ସ୍କୁଟିକୁ ପୋଲିସ ଜବତ କରିଛି। ନିକଟସ୍ଥ ଅଞ୍ଚଳର ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ଦୁର୍ଘଟଣା ଘଟାଇ ଚମ୍ପଟ ମାରିଥିବା ବାଲି ବୋଝେଇ ହାଇଓ୍ବାକୁ ଧରିବା ପାଇଁ ପୋଲିସ ଛାନ୍‌ଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri