ଜୁନାଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ସ୍ବତନ୍ତ୍ର ଟ୍ରେନ: ଅରୁଣ ଜେଟଲୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍‌ଘାଟନୀ ଉତ୍ସବ

ଜୁନାଗଡ଼,୨୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍‌ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ଼ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ ଟ୍ରେନ(ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା। ଅପରାହ୍ନ ୩ଟାରେ ରେଲଓ୍ବେ ପକ୍ଷରୁ ଜୁନାଗଡ଼ ରୋଡ୍‌ ଷ୍ଟେଶନ ପରିସରରେ ଏକ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ରଖାଯାଇଥିଲା। ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ବିୟୋଗ ଖବର ମିଳିବା ପରେ କାର୍ଯ୍ୟକ୍ରମ ବାତିଲ କରାଯାଇଥିଲା। ତେବେ ଉକ୍ତ ଟ୍ରେନ ଯାତ୍ରା ଆରମ୍ଭ ସମୟରେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ, କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ପୂର୍ବରୁ ହୀରାଖଣ୍ଡ ଏକ୍ସପ୍ରେସ୍‌ ସହ ଯୋଡି ହୋଇ ଏହି ଟ୍ରେନ୍‌ ଜୁନାଗଡ଼ ଯାଉଥିଲା । ପ୍ରଥମେ ଟ୍ରେନ ରାୟଗଡା ଯିବା ପରେ ସେଠାରୁ ଅଲଗା ହୋଇ ଆଉ ଏକ ଇଞ୍ଜିନ ସହ ଜୁନାଗଡ଼ ଯାତ୍ରା କରୁଥିଲା। ସ୍ବତନ୍ତ୍ର ଟ୍ରେନ ପ୍ରତିଦିନ ଭୁବନେଶ୍ୱରରୁ ରାତି ୧୦ଟା୩୫ ମିନିଟ୍‌ରେ ବାହାରି ପରଦିନ ସାଢ଼େ ୧୧ଟାରେ ଜୁନାଗଡରେ ପହଞ୍ଚତ୍ବ। ସେହିପରି ଜୁନାଗଡ ରୋଡ୍‌ରୁ ଅପରାହ୍ନ ସାଢେ ୪ଟାରେ ଯାତ୍ରା ଆରମ୍ଭ କରି ପରଦିନ ସକାଳ ସାଢେ ୬ଟାରେ ଭୁବନେଶ୍ୱର ମୁଖ୍ୟ ରେଳଷ୍ଟେଶନରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri