ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୨୫ରେ ୩ ଥର ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୩୦।୧୨:ସୁଭଦ୍ରା ଯୋଜନାକୁ ନେଇ ସୋମବାର ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପଭାତୀ ପରିଡା। ୨୦୨୫ରେ ମହିଳାଙ୍କୁ ୩ଥର ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୫ ସୁଭଦ୍ରା ଯୋଜନାର ବର୍ଷ। ନୂଆବର୍ଷରେ ୪ର୍ଥ ପର୍ଯ୍ୟାୟ ଟଙ୍କା ସହ ମାର୍ଚ୍ଚ ୮ ମହିଳା ଦିବସ ଏବଂ ରକ୍ଷା ବନ୍ଧନରେ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଜାନୁଆରୀ ପ୍ରଥମ ସପ୍ତାହରେ ପୂରା ସର୍ଭେ ଶେଷ ହେବ। ଆଜି ଫିଲ୍ଡ ରିପୋର୍ଟ ଆସିବ ସେହି ଅନୁସାରେ ପଦକ୍ଷେପ ନିଆଯିବ। ଯେମିତି ଏହି ଯୋଜନାରୁ କେହି ବଞ୍ଚିତ ହେବେ ନାହିଁ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି।
ସୂଚନାଯୋଗ୍ୟ, ଡିସେମ୍ବର ୧ ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି।
ପୂର୍ବରୁ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ କେଉଁ କାରଣ ଯୋଗୁ ସେମାନଙ୍କର ଅର୍ଥ ଅନ୍ଲାଇନ ଯୋଗେ ପଠାଯାଇପାରିନାହିଁ ସେ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ହିତାଧିକାରୀଙ୍କୁ ସିଧାସଳଖ ଅର୍ଥ ପଠାଇବାରେ ରହୁଥିବା ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଅଙ୍ଗନଓ୍ବାଡ଼ି କର୍ମଚାରୀ ଓ ବ୍ୟାଙ୍କ ମିତ୍ର ଆଦି କ୍ଷେତ୍ରସ୍ତରୀୟ ଯାଞ୍ଚ ଟିମ୍ର କର୍ମକର୍ତ୍ତାମାନଙ୍କୁ ସେମାନଙ୍କ ପାଖରେ ପହଞ୍ଚି ସଚେତନତା ଭିତ୍ତିକ କାର୍ଯ୍ୟକ୍ରମ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟକାରୀ ହେଉଥିବା ସହାୟକ କେନ୍ଦ୍ର(ହେଲ୍ପଡେସ୍କ)ର ପରିଚାଳନା ପାଇଁ କର୍ମଚାରୀ ନିୟୋଜନକୁ ନିଶ୍ଚିତ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୁଭଦ୍ରା ସମ୍ପର୍କିତ ଆପତ୍ତି ଅଭିଯୋଗ ସିଧାସଳଖ ବା ଅଫ୍ଲାଇନରେ ଗ୍ରହଣ କରାଗଲେ ତାହାକୁ ସୁଭଦ୍ରା ପୋର୍ଟାଲରେ ଅପଲୋଡ କରାଯିବ, ଯଦ୍ଦ୍ବାରା ଏହାର ତ୍ୱରିତ ସମାଧାନ ପାଇଁ ସହାୟକ ହେବ।
ସମସ୍ତ ପ୍ରକ୍ରିୟାର ସୁବ୍ୟବସ୍ଥା ଓ ଯାଞ୍ଚ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମହିଳା ଓ ଶିଶୁବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଉପସ୍ଥିତିରେ ସଦ୍ୟତମ ସ୍ଥିତି ଅନୁଧ୍ୟାନ କରିଥିଲେ। ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମର ଉଚ୍ଚ ପଦାଧିକାରୀମାନେ ଏହି ବୈଠକରେ ଭିଡିଓ କନ୍ଫରେନ୍ସିଂରେ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri