ବୀମା କ୍ଷତି ପଞ୍ଜୀକରଣ ଲାଗି ଅବଧି ବଢ଼ାଇଲେ ସରକାର, ଏହି ଦିନ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଛତ୍ରପୁର,୩୦ା୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଚାଷୀମାନଙ୍କର ଫସଲ କ୍ଷୟକ୍ଷତି ହୋଇଛି। ଯେଉଁ ଚାଷୀଗଣ ବୀମାଭୁକ୍ତ ଓ ପ୍ରିମିୟମ ରାଶି ପ୍ରଦାନ କରିଛନ୍ତି ସେମାନେ ୨୯ ତାରିଖ ସୁଦ୍ଧା ପଞ୍ଜୀକରଣ କରିବାକୁ ଦିନ ଧାର୍ଯ୍ୟ ହୋଇଥିଲା। ବହୁ ଚାଷୀ ପଞ୍ଜୀକରଣ କରି ନ ଥିବାରୁ ୩୦ ତାରିଖ ସନ୍ଧ୍ୟା ସୁଦ୍ଧା ଏହାର ଅବଧି ବୃଦ୍ଧି ଘୋଷଣା ମୁଖ୍ୟମନ୍ତ୍ରୀ ମୋହନ ଚାରଣ ମାଝୀ ଛତ୍ରପୁରଠାରେ ରବିବାର କରିଥିଲେ। ଏପରିକି ଏହାର ଅବଧି ବୃଦ୍ଧି ଲାଗି କେନ୍ଦ୍ର ସରକାରଙ୍କୁ ନିବେଦନ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ। ଆସନ୍ତା ୧ଜାନୁଆରୀ ୨୦୨୫ ପଞ୍ଜୀକରଣ କରାଇବା ନିମନ୍ତେ ଶେଷ ତାରିଖ ଘୋଷଣା ହୋଇଛି। ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଆହୁରି ୭୨ ଘଣ୍ଟା ବୃଦ୍ଧି କରିଛନ୍ତି। ନୂଆବର୍ଷରେ ପଞ୍ଜୀକରଣ କରାଇ ନିଅନ୍ତୁ। ଶେଷ ସମୟ ଥିବାରୁ ଅନେକ ଚାଷୀ ହେଲ୍ପଲାଇନ ନମ୍ବରରେ ପଞ୍ଜୀକରଣ ବେଳେ ଅଧିକ ଚାପ ପଡ଼ୁଥିବା ଏବଂ ଦୁର୍ଗମ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା ଦେଖା ଦେଇଥିବା ହେତୁ ଏହି ସମୟସୀମା ବୃଦ୍ଧି ହୋଇଛି। ଏଣୁ ଚାଷୀ ନିର୍ଦ୍ଧାରିତ ତାରିଖ ମଧ୍ୟରେ ପଞ୍ଜୀକରଣ କରାଇବା ନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri