ବୀମାଭୁକ୍ତ ଚାଷୀଙ୍କ ଫସଲ କ୍ଷତି ସୂଚନା ଦେବାକୁ ଅବଧି ବଢ଼ାଇଲେ କେନ୍ଦ୍ର ସରକାର, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବା ପାଇଁ ଯୋଜନା କରିଛନ୍ତି । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି।

ଉଭୟ ବୀମା କରି ନ ଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ। ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରଣାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା। ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ୩ ଦିନ ପାଇଁ ବୃଦ୍ଧି କରିଛନ୍ତି। ତେଣୁ ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇପାରିବେ।

ଓଡ଼ିଶାର ଚାଷୀମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri