ବଢ଼ିଲା ଆଇଟିଆର୍‌ ଦାଖଲ ସମୟସୀମା

ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ଇନକମ୍‌ ଟ୍ୟାକ୍ସ ରିଟର୍ନ (ଆଇଟିଆର) ଦାଖଲ କରିବାର ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଡିସେମ୍ବର ୩୧ ଶେଷ ତାରିଖ ବୋଲି ଘୋଷଣା କରାଯାଇଥିଲା। ତେବେ ବିଭିନ୍ନ ବର୍ଗର କରଦାତାଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ସମୟସୀମାକୁ ଜାନୁୟାରୀ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ଏହି ବର୍ଦ୍ଧିତ ସମୟସୀମା କେବଳ ବ୍ୟକ୍ତିଗତ କରଦାତାମାନଙ୍କ ପାଇଁ ଉପଲବ୍ଧ ହେବ। ଯେଉଁମାନେ ପୂର୍ବରୁ ସମୟସୀମା ମଧ୍ୟରେ ଆୟକର ରିଟର୍ନ ଦାଖଲ କରିଛନ୍ତି, ଆବଶ୍ୟକସ୍ଥଳେ ସେମାନେ ସଂଶୋଧିତ ଆଇଟିଆର ମଧ୍ୟ ଦାଖଲ କରିପାରିବେ। ଯେଉଁ ଟିକସଦାତାଙ୍କ ଆଇଟିଆର ବାର୍ଷିକ କାରବାର ସହିତ ମେଳ ଖାଉ ନାହିଁ ସେମାନଙ୍କୁ ଆୟକର ବିଭାଗ ପକ୍ଷରୁ ଅବଗତ କରାଯାଇଛି। ସେମାନେ ସେମାନଙ୍କର ଆଇଟିଆରରେ ସଂଶୋଧନ କରିବା ଉଚିତ ବୋଲି ବିଭାଗ ପରାମର୍ଶ ଦେଇଛି। ସୂଚନା ଥାଉକି, ଆଇଟିଆର ଦାଖଲ ପାଇଁ ବ୍ୟକ୍ତିବିଶେଷଙ୍କ ପାଇଁ ମୂଳ ସମୟସୀମା ଜୁଲାଇ ୨୧ ପର୍ଯ୍ୟନ୍ତ ଥିଲା। ଏହି ଅବଧି ପରେ ଆଇଟିଆର ଫାଇଲ ପାଇଁ ୫୦୦୦ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଥିଲା। ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସମୟସୀମା ନିର୍ଦ୍ଧାରଣ କରାଯାଇଥିଲା। ବର୍ତ୍ତମାନ ଏହାକୁ ଜାନୁଆରୀ ୧୫କୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri