୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୧: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନାରେ କହିଛନ୍ତି। ବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଏକ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଛି। ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ବିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ବିଭାଗ, ଯଥା-ସ୍ବାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଆସନ୍ତା ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀସ୍ତରରେ ଦେଢ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। ୨ ବର୍ଷରେ ୬୫ ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ବିଭିନ୍ନ ବିଭାଗରେ ୧,୧୦,୫୫୭ଟି ପଦବୀ ଖାଲି ରହିଛି। ଏଗୁଡିକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରି ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆୟୋଗଗୁଡିକୁ ପ୍ରସ୍ତାବ ଦେବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବିଭିନ୍ନ ବିଭାଗରେ ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଖାଲି ଥିବା ପଦବୀ ପୂରଣ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସ୍ବତନ୍ତ୍ର ରିକ୍ରୁଟମେଣ୍ଟ ଡ୍ରାଇଭ କରିବାକୁ କହିଛନ୍ତି। ଗ୍ରୁପ-ବି ବର୍ଗର ପଦବୀ ପୂରଣ ପାଇଁ ଏମପାଓ୍ବାର୍ଡ କମିଟିର ଅନୁମୋଦନ ଦରକାର ନାହିଁ। ଭିନ୍ନକ୍ଷମ ବର୍ଗଙ୍କ ନିଯୁକ୍ତି କ୍ଷେତ୍ରରେ ଯାଞ୍ଚ ଓ ସଂରକ୍ଷଣ ପାଇଁ ଅର୍ଥ ବିଭାଗରେ କାର୍ଯ୍ୟରତ ଥିବା ଏମପାଓ୍ବାର୍ଡ କମିଟିକୁ ପୁନର୍ଗଠନ କରି ସେଥିରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିସହିତ ଅବିଭକ୍ତ କୋରାପୁଟ ଜିଲାର ପରୀକ୍ଷାର୍ଥୀଙ୍କ ସୁବିଧା ଦୃଷ୍ଟିରୁ ଜୟପୁର ଠାରେ ଲୋକସେବା ଆୟୋଗର ଏକ ପରୀକ୍ଷା କେନ୍ଦ୍ର କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ବର୍ତ୍ତମାନ ଲୋକସେବା ଆୟୋଗର ୫ଟି ପରୀକ୍ଷା କେନ୍ଦ୍ର ରହିଛି। ବୈଠକରେ ଓଡିଶା ପବ୍ଲିକ ସର୍ଭିସ୍‌ କମିଶନର ଅଧ୍ୟକ୍ଷ ଅରୁଣ ଷଡଙ୍ଗୀ, ଓଡିଶା ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଅଭୟ, ଓଡିଶା ସବୋର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଲଳିତ ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ଆୟୋଗ ଗୁଡିକର ସଦସ୍ୟବୃନ୍ଦ ଏବଂ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri