ସୁନା-ରୁପା ଛାଉଣି ହେବ ରତ୍ନଭଣ୍ଡାର କବାଟ: ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ,୩ା୧(ଅଜିତ୍‌ କୁମାର ମହାନ୍ତି):ଗତ ଡିସେମ୍ବର ୧୭ରୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ୨୫ ତାରିଖରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼, ନୀତିକାନ୍ତିକୁ ଠିକ୍‌ ଭାବେ ସମ୍ପାଦନ କରିବା ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦେଇ ଡିସେମ୍ବର ୨୫ରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏବେ ପ୍ରଶାସନର ନିଷ୍ପତ୍ତି ମୁତାବକ ୩ ତାରିଖ ଶୁକ୍ରବାରଠାରୁ ମରାମତି କାର୍ଯ୍ୟ ପୁନର୍ବାର ଆରମ୍ଭ ହେବାକୁ ଯାଉଛି। ଏନେଇ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ୩ତାରିଖରୁ ପୁନର୍ବାର ଧାର୍ଯ୍ୟ ସମୟରେ କାମ ଆରମ୍ଭ କରାଯିବ। ଆସନ୍ତା ସଂକ୍ରାନ୍ତି ପର୍ଯ୍ୟନ୍ତ ଏପରି ଚାଲିବ। ଅଧିକ ସମୟ ଯେପରି କାର୍ଯ୍ୟ ହେବ ସେ ନେଇ ଚେଷ୍ଟା କରାଯାଉଛି। ଏନେଇ ଆଲୋଚନା ହୋଇଥିବାବେଳେ ଏଏସ୍‌ଆଇ ପ୍ରସ୍ତୁତ ରହିଛି। ଏଏସ୍‌ଆଇ ପକ୍ଷରୁ ଯେଉଁ ସମୟ ଦିଆଯାଇଛି, ସେହି ସମୟ ମଧ୍ୟରେ କାର୍ଯ୍ୟ ସରିବ ବୋଲି ଆଶା କରାଯାଉଛି। ଜିପିଆର୍‌ଏସ୍‌ ସର୍ଭେ ଅନୁଯାୟୀ କାର୍ଯ୍ୟ କରାଯାଉଛି। ଭାରା ବନ୍ଧା ହେବା ସହ ସଫେଇ କରାଯାଇ ପଲସ୍ତରା ଛଡ଼ାଯାଇଛି। ଆଗକୁ ଯାହା କାର୍ଯ୍ୟ ହେବ ସେ ନେଇ ଏଏସ୍‌ଆଇ ପକ୍ଷରୁ ସୂଚନା ଦିଆଯିବ। ସେହିପରି ସିଂହଦ୍ୱାର ଗୁମୁଟ ମଣିବନ୍ଧ ସହ ପତିତପାବନ ମନ୍ଦିର ଉପର ଅଂଶର ରୁପା ଛାଉଣି କରାଯାଇଛି। ଆଗକୁ ରତ୍ନଭଣ୍ଡାର କବାଟ ରୁପା ଓ ସୁନା ଛାଉଣି କରିବାକୁ ନିଷ୍ପତ୍ତି ହୋଇଛି। ଭକ୍ତମାନେ ଅନେକ ସମୟରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁନା ଓ ରୁପା ଦାନ କରିଛନ୍ତି। ସେଗୁଡ଼ିକ ସାଇତା ହୋଇରହିଛି। ଆଗକୁ ଏ ନେଇ ପଦକ୍ଷେପ ଗ୍ରହଣ କରାଯିବ। ସେହିପରି ଏମାର ମଠରୁ ମିିଳିଥିବା ରୁପା ଇଟା ଶ୍ରୀମନ୍ଦିରକୁ ଅଣାଯାଉ ବୋଲି ସେବାୟତଙ୍କ ଦାବି ରହିଛି। ତେବେ ଏନେଇ ପରିଚାଳନା କମିଟିରେ ଆଲୋଚନା କରାଯାଇ ଆଇନ ବିଭାଗକୁ ଜଣାଯାଇଛି। ଆଲୋଚନା କରାଯାଇ ଯାହାକିଛି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲାପାଳ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri