ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବରଗଡ଼ ଧନୁଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ଧନୁଯାତ୍ରାର ସଫଳ ଆୟୋଜନ ପାଇଁ ରାଷ୍ଟ୍ରପତି କାମନା କରିଛନ୍ତି।

ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ର୍ନିମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ର୍ନିମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ର୍ନିମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।

ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ର୍ନିମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ର୍ନିମାଣ କରାଯାଇଛି।

ସେହିପରି ଧନୁଯାତ୍ରା ମହୋତ୍ସବକୁ ସ୍ବାଗତ କରିବା ପାଇଁ ଶୁକ୍ରବାର ଅପରାହ୍ନ ୨ଟାରୁ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ଗ୍ରାମ୍ୟଦେବୀ ସମଲେଶ୍ୱରୀଙ୍କ ମନ୍ଦିର ଅଭିମୁଖେ ଯିବ। ସେଠାରେ ପୂଜାର୍ଚ୍ଚନା ପରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରକୁ ପହଞ୍ଚିବ ଏବଂ ଶୋଭାଯାତ୍ରା ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri