ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିଭିରେ କରାଯାଇଅଛି ଏବଂ ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ୱେବ୍‌ ପୋର୍ଟାଲ ଜରିଆରେ, e-mail, WhatsApp ଓ SMS ମାଧ୍ୟମରେ ମତାମତ ସଂଗ୍ରହ କରିଥିଲେ । ବଜେଟ ସଂକ୍ରାନ୍ତୀୟ ସମସ୍ତ ଦସ୍ତାବିଜ ଏହି ପୋର୍ଟାଲରେ ଉପଲବ୍ଧ ।

ବର୍ତ୍ତମାନ, ୨୦୨୫-୨୬ ବର୍ଷ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ଵାନ କରିଛନ୍ତି, ଯାହାକି ୱେବ୍-ପୋର୍ଟାଲ https://budget.odisha.gov.in/ ରେ ଉପଲବ୍ଧ । ଏହି ପରାମର୍ଶ ଗୁଡିକ e-mail ଦ୍ବାରା odisha.budget@gov.in ଠିକଣାରେ ପଠାଇ ପାରିବେ । ସେହିପରି, ବଜେଟ୍ ସମ୍ୱନ୍ଧୀୟ ମତାମତ WhatsApp ମାଧ୍ଯମରେ (+91)9438161111 ମୋବାଇଲ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ X (@FdOdisha), Facebook (@Finance Odisha) Instagram (@fdodisha) ଦ୍ବାରା ମଧ୍ୟ ପଠାଇ ପାରିବେ । ଏହି ସୁବିଧା 31 ଜାନୁୟାରୀ, ୨୦୨୫ ପର୍ଯ୍ୟନ୍ତ ଉପଲବ୍ଧ ରହିବ ।

ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧ୍ବାଚକ ସଂଘ ଓ ଅନ୍ୟାନ୍ୟ ହିତାଧୁକାରୀ ମାନଙ୍କୁ ଅନୁରୋଧ କରାଯାଉଅଛି ଯେ ଏହି ସ୍ବତନ୍ତ୍ର ବ୍ୟବସ୍ଥାକୁ ବ୍ୟବ‌ହାର କରି ରାଜ୍ୟ ସରକାରଙ୍କର ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri