Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ,୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରଥମ ପ୍ରାର୍ଥି ତାଲିକା ପ୍ରକାଶ ପାଇଛି। ୨୯ ଜଣ ପ୍ରାର୍ଥୀଙ୍କ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ ମୁଖ୍ୟମନ୍ତ୍ରୀ ଅତିଶୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରଭାସ ସାହେବ ସିଂ ବର୍ମାଙ୍କୁ ନୂଆଦିଲ୍ଲୀ ବିଧାନସଭା ଆସନରୁ ଟିକେଟ ଏବଂ ରମେଶ ବିଧୁରୀଙ୍କୁ କଲକାଜୀ ଆସନରୁ ଟିକେଟ ଦିଆଯାଇଛି। ଏହା ବ୍ୟତୀତ ଏଏପି ବିରୋଧରେ ବିଦ୍ରୋହ କରି ଭାଜପାରେ ଯୋଗ ଦେଇଥିବା କୈଳାଶ ଗେହଲୋଟ ବିଜୱାସନ ଆସନରୁ ପ୍ରାର୍ଥି ହୋଇଛନ୍ତି।

୨୯ ଜଣ ପ୍ରାର୍ଥୀଙ୍କ ତାଲିକାରେ ଭାଜପା ଆଦର୍ଶ ନଗର ଆସନରୁ ରାଜ କୁମାର ଭାଟିଆ, ବାଦଲି ଆସନରୁ ଦୀପକ ଚୌଧୁରୀ, ନୂଆଦିଲ୍ଲୀ ଆସନରୁ ପ୍ରବେଶ ବର୍ମା, କଲକାଜୀ ଆସନରୁ ରମେଶ ବିଧୁରୀ, ବିଜୱାସନ ଆସନରୁ କୈଳାଶ ଗେହଲୋଟ, ମାଲଭିୟ ନଗରରୁ ସତୀଶ ଉପାଧ୍ୟାୟଙ୍କୁ ମନୋନୀତ କରିଛନ୍ତି।
ଅନ୍ୟ ଦଳ ବିରୋଧରେ ବିଦ୍ରୋହ କରି ଭାଜପାରେ ଯୋଗ ଦେଇଥିବା ନେତାମାନଙ୍କୁ ମଧ୍ୟ ପାର୍ଟି ହାଇକମାଣ୍ଡ ଏକ ସୁଯୋଗ ଦେଇଛି। ଏଥିମଧ୍ୟରେ କରତର ସିଂ ତନୱାର, ରାଜକୁମାର ଚୌହାନ, କୈଳାଶ ଗେହଲୋଟ ଏବଂ ଅରବିନ୍ଦର ସିଂ ଲଭଲି ଅଛନ୍ତି।
ଯେଉଁ ପ୍ରାର୍ଥୀଙ୍କ ନାମ ୨୯ ଟି ଆସନ ପାଇଁ ଭାଜପା ଘୋଷଣା କରିଛି ସେମାନଙ୍କ ମଧ୍ୟରୁ ଦୁଇଜଣ ମହିଳା। ରେଖା ଗୁପ୍ତାଙ୍କୁ ଶାଲିମାର ବାଗରୁ ଏବଂ କୁମାରୀ ରିଙ୍କୁ ସେମାପୁରୀ ଏସସି ଆସନରୁ ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri