୩ ଦିନ ହେବ ଘରକୁ ଫେରି ନ ଥିଲେ ପୁଅ, ଏବେ ପରିତ୍ୟକ୍ତ କୂଅରୁ ମିଳିଲା…

ଆନନ୍ଦପୁର,୪।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଜବତ ହୋଇଛି । ଆଜକୁ ତିନିଦିନ ହେଲା ସ୍ଥାନୀୟ ବଡପଦନା ଗ୍ରାମର ଗୋକୁଳାନନ୍ଦ ସାହୁଙ୍କ ପୁଅ କାର୍ତ୍ତିକୁ(୪୦) ଘରୁ କେଉଁଆଡେ ଚାଲି ଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ନିରାଶ ହୋଇ ରାମଚନ୍ଦ୍ରପୁର ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ। ହେଲେ ଶନିବାର ସକାଳୁ ୨୦ ନମ୍ବର ଜାତୀୟ ରାଜପଥ କଡରେ ଥିବା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ଏକ ପରିତ୍ୟକ୍ତ କୂଅ ଭିତରେ କାର୍ତ୍ତିକଙ୍କର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବରପାଇ ରାମଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘସିପୁରା ଅଗ୍ନିଶମ କର୍ମଚାରୀଙ୍କ ଦ୍ବାରା ମୃତଦେହକୁ କୂଅଭିତରୁ ବାହାର କରିଥିଲେ। ରାମଚନ୍ଦ୍ରପୁର ପୋଲିସ ୧/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ଉପଖଣ୍ତ ଚିକିତ୍ସାଳୟକୁ ପଠାଇ ଦେଇ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri