ଦିଲ୍ଲୀରେ ପ୍ରଜ୍ଞାପନ ମେଢ଼କୁ ନେଇ ବଢ଼ିଲା ରାଜନୀତି: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଭୁବନେଶ୍ୱର,୫।୧(ଅନିଲଦାସ): ଚଳିତବର୍ଷ ଦିଲ୍ଲୀର କର୍ତ୍ତବ୍ୟ ପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ନ ଗଡ଼ିବା ଏକ କ୍ଷୋଭର ବିଷୟ ବୋଲି ବିଜୁ ଜନତା ଦଳର ସମନ୍ବୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ।
ଓଡ଼ିଆ ଅସ୍ମିତା ରାଜ୍ୟରେ ଏକ ପ୍ରମୁଖ ପ୍ରସଙ୍ଗ ହୋଇଥିବା ବେଳେ ଡବଲ ଇଞ୍ଜିନ ସରକାର ଶାସନ ସମୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ସ୍ବୀକୃତି ନ ମିଳିବା ନିଶ୍ଚିତ ଭାବେ ଉଦ୍‌ବେଗର ବିଷୟ। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରନ୍ତୁ ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ବର୍ଷ କର୍ତ୍ତବ୍ୟପଥରେ ଐତିହ୍ୟ ଗ୍ରାମ ରଘୁରାଜପୁର ହସ୍ତକଳାକୁ ନେଇ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହୋଇଥିଲା। ପଟଚିତ୍ର ସହିତ ହସ୍ତଶିଳ୍ପ ଏବଂ କୁଟୀର ଶିଳ୍ପକୁ ପ୍ରଜ୍ଞାପନ ମେଢ଼ରେ ପ୍ରଦର୍ଶିତ କରାଯାଇଥିଲା। ଓଡ଼ିଶାର ଏହି ମେଢ଼ ପ୍ରଥମ ପୁରସ୍କାର ହାସଲ କରିଥିଲା। ୨୦୨୫ ଜାନୁଆରୀ ୨୬ ତାରିଖରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶା ତରଫରୁ ମାଣିଆବନ୍ଧ ଶାଢ଼ି, ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ୱରକୁ ମଡେଲ ଭାବେ ପ୍ରସ୍ତାବ ଦିଆଯାଇଥିଲା। ତେବେ ଏ ବର୍ଷ ମନୋନୀତ ହୋଇଥିବା ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ସ୍ଥାନ ମିଳିନାହିଁ। କିନ୍ତୁ କେଉଁ କାରଣରୁ ଏହାକୁ ମନୋନୀତ କରାଯାଇ ନାହିଁ ତାହା ସ୍ପଷ୍ଟ ହୋଇନାହିଁ ବୋଲି ଦେବୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri