ଝାରସୁଗୁଡ଼ା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍‌, ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୫ା୧: ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ଝାଡ଼େଶ୍ୱରମନ୍ଦିରକୁ ପ୍ରବେଶ କରୁଥିବା ସମୟରେ ଏକ ଡ୍ରୋନ୍‌ ତାଙ୍କ ପାଖରେ ଖସିପଡ଼ିଥିଲା।
ଡ୍ରୋନ୍‌ଟି ହଠାତ୍‌ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିବାରୁ ସେ ଚମକି ପଡ଼ିଥିଲେ। ତାଙ୍କ ପାଖରେ ଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତୁରନ୍ତ ପିଏସ୍‌ଓ ଉକ୍ତ ଡ୍ରୋନ୍‌କୁ ପାଦରେ ଏଡ଼ାଇ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଡ୍ରୋନ୍‌ କିପରି ଖସିଲା ସେନେଇ ସାଧାରଣରେ ନାନା ପ୍ରଶ୍ନ ଉଠୁଛି। କୌଣସି  ବ୍ୟକ୍ତି ଫଟୋ ଉଠାଇବା ଉଦ୍ଦେଶ୍ୟରେ ଡ୍ରୋନ୍‌ ଉଡ଼ାଇଥିବା ଚର୍ଚ୍ଚା ହେଉଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଡ୍ରୋନ୍‌ ଉଡ଼ାଇବା ପାଇଁ କିଏ ଅନୁମତି ଦେଲା ତାହା ମଧ୍ୟ ଏକ ପ୍ରଶ୍ନବାଚୀ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି ବୋଲି ମଧ୍ୟ ଆଲୋଚନା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri