କୃଷି ଓଡ଼ିଶା ଉତ୍ସବରେ ବରଗଡ ଜିଲା ପ୍ରଥମ, ସମ୍ମାନିତ କଲେ ଉପ ମୁଖ୍ୟମନ୍ତ୍ରୀ

ବରଗଡ଼, ୫ା୧(ପ୍ରେମାନନ୍ଦ ଖମାରୀ): କୃଷି ଓଡ଼ିଶା-୨୦୨୫ ଉତ୍ସବ ରବିବାର ଉଦଯାପିତ ହୋଇଛି। ଭୁବନେଶ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲା ପ୍ରଥମ ସ୍ଥାନ ଅଧିକାର କରିଛି। ସର୍ବୋକୃଷ୍ଟ ଆତ୍ମା ଭାବେ ବରଗଡ଼ ସାରା ରାଜ୍ୟରେ ସମ୍ମାନିତ ହୋଇଛି।

କୃଷି ଓଡ଼ିଶା-୨୦୨୫ରେ ବରଗଡ଼ ଜିଲା କୃଷି ବିଭାଗ ବିଶ୍ବପ୍ରସିଦ୍ଧ ଧନୁଯାତ୍ରାର ମୁଖ୍ୟ ଆକର୍ଷକ ମହାରାଜ କଂସଙ୍କର ଆଦେଶ ମୁତାବକ ସମନ୍ୱିତ ଚାଷ ପଦ୍ଧତି ଆପଣାଇବା ପାଇଁ ସାରା ରାଜ୍ୟବାସୀଙ୍କୁ ବାର୍ତ୍ତା ପ୍ରଦାନ କରିବା ସହିତ ମା’ ସମଲଶ୍ବରୀଙ୍କ ଧବଳମୁଖୀ ବେଶକୁ ବରଗଡ଼ରୁ ଉତ୍ପାଦିତ ଉତ୍କୃଷ୍ଟ ତୁଳାରେ ସଜାଇ ଦର୍ଶକ ମାନକ ପାଇଁ ଏକ ଆକର୍ଷଣର କେନ୍ଦ୍ର ବିନ୍ଦୁ ସଜାଇ ପାରିଥିଲା।

ଓଡ଼ିଶାର ଭାତ ହାଣ୍ଡି ବରଗଡ଼ର ଷ୍ଟଲରେ ୩୫୦ କିସମ ଦେଶୀ ଧାନ ବିହନ, କଳା ଧାନ ଓ ଦେଶୀ ମାଣ୍ଡିଆ ବିହନ ଦର୍ଶକକୁ ବେଶ ଆକର୍ଷଣ କରିପାରିଥିଲା ଏବଂ ଏଥିପାଇଁ ପ୍ରଥମ ସ୍ଥାନ ଅଧିକାର କରିଥିଲା। ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କଠାରୁ ବରଗଡ଼ ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ସମ୍ମାନ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri