ଡିସେମ୍ବରରେ ୧୦,୬୩୯ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୭।୧: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା ଟ୍ରାକ୍ଟର୍ସ’ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ଏପରିକି ୨୦୨୪ ଡିସେମ୍ବରରେ ବ୍ରାଣ୍ଡ୍‌ ମୋଟ ୧୦,୬୩୯ ୟୁନିଟ ଟ୍ରାକ୍ଟର ବିକ୍ରି ରେକର୍ଡ ହୋଇଥିଲାବେଳେ ଗତ ବର୍ଷ ସମାନ ଅବଧି ମଧ୍ୟରେ ବ୍ରାଣ୍ଡ୍‌ ମୋଟ ୭୯୯୯ ୟୁନିଟ ଟ୍ରାକ୍ଟର ବିକ୍ରି ହୋଇଥିଲା। ସେହିଭଳି କମ୍ପାନୀ ୨୦୨୪ ଡିସେମ୍ବରରେ ୧୮%ର ସର୍ବୋଚ୍ଚ ମାସିକ ବଜାର ଅଂଶ ରେକର୍ଡ କରି ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି। ଏପରିକି ୨୦୨୪ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ସୋନାଲିକା ମୋଟ ୧,୧୯,୩୬୯ ୟୁନିଟ ଟ୍ରାକ୍ଟର ବିକ୍ରି କରିଛି, କମ୍ପାନୀ ୱାଇଟିଡି ସେଲ୍‌ ସହ ୨୦୨୪-୨୫ ଆର୍ଥିକ ବର୍ଷରେ ଏକ ମଜଭୁତ ସଫଳତା ବଜାୟ ରଖିଛି।
ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମିତ୍ତଲ କହିଛନ୍ତି, ପ୍ରତ୍ୟେକ ଟ୍ରାକ୍ଟର ସହିତ ଆମେ ଆମର କୃଷକ ସମୁଦାୟ ପାଇଁ ଅଭିବୃଦ୍ଧି, ସ୍ଥିରତା ଓ ଆଶାର ବିହନ ବୁଣିବା ପାଇଁ ବ୍ରାଣ୍ଡ୍‌ର ପ୍ରତିବଦ୍ଧତାକୁ ସୁଦୃଢ କରିଛୁ। ୨୦୨୪ ଡିସେମ୍ବରରେ ୧୮%ର ସର୍ବୋଚ୍ଚ ମାସିକ ବଜାର ଅଂଶ ହାସଲର ନୂଆ ସଫଳତା ବେଞ୍ଚମାର୍କ ପ୍ରଦର୍ଶନ ଓ ନୂତନ ଉପଲବ୍ଧିରେ ଉଜ୍ଜ୍ୱଳିତ ଏକ ବର୍ଷର ଉପଯୁକ୍ତ ସମାପ୍ତି ଅଟେ। ଏହି ମାସରେ ୩୩% ବୃଦ୍ଧି ସହିତ ଆମେ ଶିଳ୍ପ ଅଭିବୃଦ୍ଧିକୁ ୨.୪ ଗୁଣରେ ପରାଜିତ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri