ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ ମାସକର ଅଧିକ ଚାଉଳ ଯୋଗାଇ ଦେବା ସହିତ ଆଳୁ ଚାଷକୁ ପ୍ରୋତ୍ସାହନ ଓ ଶୀତଳ ଭଣ୍ଡାର ସ୍ଥାପନ କରିବାକୁ ନିର୍ଦେଶ ଦେଇଛନ୍ତି।

ତେବେ ମଙ୍ଗଳବାର ପଞ୍ଚମ ଦିବସରେ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ମଥୁରାନଗରୀରେ ମଥୁରାଧିପତି କଂସଙ୍କ ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ବାହାରି ମଥୁରା ପରିଭ୍ରମଣ କରିଥିଲେ। ପରିଭ୍ରମଣରେ ଯାଇ ସ୍ଥାନୀୟ ବ୍ରହ୍ମଚାରୀ ଅଞ୍ଚଳରେ କଂସ ମହାରାଜଙ୍କ ଦିଗ୍‌ବିଜୟ ହୋଇଥିଲା। ଦିଗ୍‌ବିଜୟ ସାରି ମହାରାଜ କଂସ ଦରବାରକୁ ଫେରିଥିଲେ।

ବ୍ରହ୍ମଚାରୀରେ କଂସ ମହାରାଜଙ୍କୁ ମଥୁରାବାସୀ ସ୍ବାଗତ କରିଥିଲେ ଏବଂ ଶିଶୁ କଳାକାରମାନେ ନୃତ୍ୟ ପରିବେଷଣ କରିଥିଲେ। ଗୋପପୁର ପ୍ରେରିତ ରାକ୍ଷସୀ, ରାକ୍ଷସଙ୍କ ନିଧନ ଖବର ପାଇଁ କଂସ ମର୍ମାହତ ହୋଇ ପଡ଼ିଥିଲେ ଏବଂ ପାରିଷଦ ବର୍ଗଙ୍କ ସହିତ ଆପାତ ବୈଠକ କରିଥିଲେ। ଅନ୍ୟପଟେ ଶ୍ରୀକୃଷ୍ଣ, ବଳରାମ ନଗର ପରିକ୍ରମା କରି ଜିରା ନଦୀ କୂଳ ବେଣୁବାବା ମଠରେ ପହଞ୍ଚିଥିଲେ।

ସେଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା। ବେଣୁବାବା ମଠରେ ଦଧିଭାଣ୍ଡ ଭଙ୍ଗା, ଶ୍ରୀକୃଷ୍ଣଙ୍କୁ ଯଶୋଦାଙ୍କ ଆକଟ, ଯାମଳାର୍ଜୁନ ଭଞ୍ଜନ, କାଳୀୟ ଦଳନ, ବିଶ୍ୱରୂପ ଦର୍ଶନ ଆଦି ଦୃଶ୍ୟାଭିନୟ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବାକୁ ପ୍ରବଳ ଜନ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri