ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ ଭାରତ ଗଠନରେ ପ୍ରବାସୀ ଭାରତୀୟଙ୍କ ଯୋଗଦାନ’। ଏଥିରେ ଯୋଗଦେବାକୁ ବିଶ୍ୱର କୋଣ ଅନୁକୋଣରେ ବାସ କରୁଥିବା ପ୍ରାୟ ୫୦ଟି ଦେଶରୁ ପ୍ରବାସୀ ଭାରତୀୟ ବଂଶୋଦ୍ଭବ ଭୁବନେଶ୍ୱରରେ ପଦାର୍ପଣ କରିଛନ୍ତି। ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି ହୋଇଛି।
ଆଗନ୍ତୁକମାନଙ୍କୁ ସର୍ବୋଚ୍ଚ ଆତିଥ୍ୟ ପ୍ରଦାନ କରିବାକୁ ରାଜ୍ୟ ସରକାର ସମସ୍ତ ଉଦ୍ୟମ ଜାରି ରଖିଛନ୍ତି। ଓଡ଼ିଶାବାସୀଙ୍କୁ ଏଭଳି ଭବ୍ୟ ସମାରୋହ ଆୟୋଜନ କରିବାର ସୁଯୋଗ ମିଳିଥିବାରୁ ଏହାକୁ ଏକ ସୁଯୋଗ ମନେକରି ବିକଶିତ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ଭିତ୍ତି ପକାଇବାକୁ ପ୍ରସ୍ତତ ହେଉଛନ୍ତି। ‘ଅତିଥି ଦେବୋ ଭବୋ’ ସଂସ୍କୃତି ଆଧାରରେ ସମସ୍ତ ବିଦେଶାଗତ ଅତିଥିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ରାଜଧାନୀ ପ୍ରସ୍ତୁତ ହୋଇିଛି। ସମଗ୍ର ସହର ଆଲୋକମାଳାରେ ଝଲସୁଥିବା ବେଳେ କାନ୍ଥବାଡରେ ଓଡିଆ ଅସ୍ମିତାର ବାର୍ତ୍ତା, ମନୋରମ ପର୍ଯ୍ୟଟନର କଳା ସଙ୍କେତ ବହନ କରୁଛି।
କେବଳ ସେତିକି ନୁହେଁ ଏହି ସମାରୋହରେ ‘ପୂର୍ବୋଦୟ ମିଶନ’ରେ ଓଡିଶାର ବିକାଶକୁ ଅଗ୍ରାଧିକାର ମିଳିବ। ପ୍ରଧାନମନ୍ତ୍ରୀ ପୂର୍ବୋଦୟ ବିକାଶ ଉପରେ ଜୋର ଦେଉଛନ୍ତି ଯେଉଁଥିରେ ଓଡ଼ିଶା ଆଗରେ ରହିଛି। ଏହି ପରିକଳ୍ପିତ ‘ପୂର୍ବୋଦୟ’ରେ ଓଡ଼ିଶାର ବିକାଶ ବିନା ଭାରତ ବିକଶିତ ହେବା ଅସମ୍ଭବ। ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବିଭିନ୍ନ ଭିତ୍ତିଭୂମି ବିକାଶ କରାଯିବା ସହିତ କିପରି କୁଶଳୀ ମାନବ ସମ୍ବଳ ତିଆରି ହୋଇପାରିବେ ତା’ ଉପରେ ବିଶେଷ ଧ୍ୟାନ ଦିଆଯାଉଛି।
ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା, ପୁଷ୍ପ ପ୍ରଦର୍ଶନୀ ଆୟୋଜନ କରାଯାଇ ରାଜଧାନୀକୁ ଉତ୍ସବ ମୁଖର କରାଯାଇଛି। ଓଡ଼ିଶାର ସମୃଦ୍ଧ କଳା ଓ ଐତିହ୍ୟ ପ୍ରଦର୍ଶନ କରାଯିବାକୁ ପ୍ରଯତ୍ନ କରାଯାଇଛି। ରାଜାରାଣୀ ସଙ୍ଗୀତ ଉତ୍ସବ, ମୁକ୍ତେଶ୍ୱର ନୃତ୍ୟ ଉତ୍ସବ, ଓଡ଼ିଶୀ ନୃତ୍ୟ ଏବଂ ପାରମ୍ପରିକ ଲୋକ ନୃତ୍ୟ ଇତ୍ୟାଦି ପ୍ରଦର୍ଶନ କରାଯିବ। ପୁରୀରେ ବିଚ୍‌ ଫେଷ୍ଟିଭାଲ୍‌, ବାଲୁକା କଳା ପ୍ରଦର୍ଶନୀ ମଧ୍ୟ ଅନୁଷ୍ଠିତ ହେବ। ଏହି ସମୟରେ ସମଗ୍ର ଭାରତର ଦୃଷ୍ଟି ଓଡ଼ିଶା ଉପରେ ରହିବ। ଯାହାର ଭରପୂର ସୁଯୋଗ ନେବାକୁ ଓଡ଼ିଶା ସରକାର ପ୍ରସ୍ତୁତ ହୋଇ ରହିଛନ୍ତି।
ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ସୁନ୍ଦର ଆଲୋକ ସାଜସଜ୍ଜା କରାଯାଇ ରାଜଧାନୀ ସହରକୁ ନବବଧୂ ପରି ସଜେଇ ଦିଆଯାଇଛି। ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥିମାନଙ୍କୁ ନେବା ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। ଓଡ଼ିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜି ପ୍ରଦର୍ଶନ କରାଯିବ। ଏଥିସହ ଏକ ଡିଜିଟାଲ୍‌ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯାଇଛି। ଅତିଥିମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍‌ ଡେକର ବସ ଚାଲିବାର ବ୍ୟବସ୍ଥା କରାଯାଇଛି। ୨୦୦ରୁ ଅଧିକ ପ୍ରବାସୀ ଖବରଦାତା , ୭ଟି ଦେଶରୁ ୟୁଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରିବେ। ଏଥିସହିତ ଭୁବନେଶ୍ୱର ସହରର ସ୍ବଚ୍ଛତା, ଶୃଙ୍ଖଳା ଓ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।
ବିଦେଶୀ ଭାରତୀୟମାନଙ୍କ ବହୁମୁଖୀ ଯୋଗଦାନ ବିକଶିତ ରାଜ୍ୟ ଗଠନ ଦିଗରେ ସହାୟକ ହେବ। ସେମାନେ ନିଜର ପୁଞ୍ଜିନିବେଶ କରିବାକୁ ଆଗ୍ରହ ଦେଖାଇବା ସହ ଭାରତ ବିକାଶ ଯାତ୍ରାରେ ସାମିଲ୍‌ ହେବେ। ବିଦେଶରେ ନିଜକୁ ଭାରତର ରାଷ୍ଟ୍ରଦୂତ ମନେକରି ସହଯୋଗର ହାତ ବଢାଇବେ। ବିଦେଶରେ ବାସ କରୁଥିବା ପ୍ରାୟ ୩୫ ନିୟୁତରୁ ଉର୍ଦ୍ଧ୍ୱ ଭାରତୀୟ ନିଜର ଗାରିମାମୟ ସଂସ୍କୃତିକୁ ନିଜର ଆଚରଣ ଓ ଉଚ୍ଚାରଣରେ ପରିବ୍ୟାପ୍ତ କରିବେ। ଭାରତକୁ ବିଶ୍ୱଗୁରୁ ଭାବେ ଉପସ୍ଥାପିତ କରିବେ। ବଦଳରେ ସମୃଦ୍ଧ ଓ ବିକଶିତ ଭାରତ ସେମାନଙ୍କୁ ନିରାପତ୍ତା ପ୍ରଦାନ କରିବ। ବିଦେଶମାଟିରେ ସମ୍ମାନର ସହିତ ବଞ୍ଚିବା ସୁଯୋଗ ପ୍ରଦାନ କରିବ। ଏହି ଲକ୍ଷ ନେଇ ପ୍ରବାସୀ ଭାରତୀୟ ଦିବସ ଉତ୍ସବ ପାଳନ ହେବାକୁ ଯାଉଛି।
ପ୍ରଥମ ଦିବସରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଯୋଗ ଦେବେ। କାର୍ଯ୍ୟକ୍ରମରେ ୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।
ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ମହାସମାବେଶ ଚାଲିବ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର, ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ଯୋଗଦେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୯ରେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିବେ। ରାଷ୍ଟ୍ରପତ ଦୌପଦୀମୁର୍ମୁ ଜାନୁଆରୀ ୧୦ ତାରିଖରେ ଏହାର ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ। ପ୍ରବାସୀ ଭାରତୀୟ ଦିବସରେ ଅନ୍ୟ ଦେଶରୁ ଆସୁଥିବା ପ୍ରବାସୀ ଭାରତୀୟମାନେ ଯେପରି ଓଡ଼ିଶାର ସୁଖଦ ଅନୁଭୂତି ନେଇ ଯିବେ ସେଥିପାଇଁ ସମସ୍ତ ପଦକ୍ଷେପ ନେବାକୁ ସମ୍ପୃକ୍ତ ସମସ୍ତ ବିଭାଗୀୟ ସଚିବ ଓ ପଦାଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପରାମର୍ଶ ଦେଇଛନ୍ତି। ଏଥିସହିତ ଏଚଏମପିଭି ଭାଇରସ ବ୍ୟାପୁଥିବାରୁ କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁପାଳନ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri