ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୮।୧: ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ସମ୍ବୋଧିକ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଜସ୍ର ସ୍ନେହ, ଶ୍ରଦ୍ଧାର ସହ ଆପଣଙ୍କ ଅପେକ୍ଷାରେ ଥିଲୁ। ଆଜି ଅପେକ୍ଷାର ଅନ୍ତ ହୋଇଛି। ଏହି ସଂପର୍କ ଆହୁରି ସୁଦୃଢ଼ ହେବ। ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚୁରାଲ ଆମ୍ବାସଡର ହୋଇଥାନ୍ତି। ଆପଣଙ୍କ ସଫଳତା ଆମକୁ ଖୁସି ଦେଇଥାଏ। ଓଡ଼ିଶାର ସଂସ୍କୃତି, ଐତିହ୍ୟ ସ୍ବତନ୍ତ୍ର। ଭୁବନେଶ୍ବରରେ ଏହା ଆୟୋଜନ ହେଉଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ଧଉଳି, ଚିଲିକା ଭଳି ପର୍ଯ୍ୟଟନ ସ୍ଥଳୀ ଆପଣମାନେ ବୁଲନ୍ତୁ। ଡାଲମା, ରସଗୋଲା ଏବଂ ଛେନାପୋଡ ଭଳି ଓଡ଼ିଆ ଖାଦ୍ୟର ମଜା ନିଅନ୍ତୁ। ଏହି ଅବସରରେ ଭୁବନେଶ୍ବରରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଛି। ଆପଣମାନେ ସବୁ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖନ୍ତୁ। ଏହାଦ୍ବାରା ସମ୍ପର୍କ ଆହୁରି ମଜଭୁତ ହେବ, ଅତୁଟ ରହିବ।
ଏହି ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ ଜୟଶଙ୍କର କହିଛନ୍ତି,ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ। କୋଭିଡ ସମୟରେ ଭାରତ ନିଜସ୍ବ ଟିକା ତିଆରି କରିଥିଲା। କେବଳ ଏତିକି ନୁହେଁ, ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା ହାସଲ କରିଛନ୍ତି ଭାରତ।
ସେହିପରି କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି,୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ। ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ। ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ। ଦେଶରେ ଏବେ ୨୦ ନାଗରିକରୁ ୧୩ ଜଣ ଯୁବ। ୧ ଲକ୍ଷ ଯୁବ ନେତୃତ୍ୱ ଗଠନ ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି। କୋଭିଡ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବନି।
ଏହି କାର୍ଯ୍ୟକ୍ରମରେ ୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।
ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ମହାସମାବେଶ ଚାଲିବ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ଯୋଗଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri