Posted inଖେଳ

ସମସ୍ତ ପ୍ରକାର ଫର୍ମଟରୁ ଅବସର ଘୋଷଣା କଲେ ମାର୍ଟିନ ଗୁପ୍ଟିଲ୍, ଭାରତ ମୁହଁରୁ ଛଡାଇ ନେଇଥିଲେ ବିଜୟ

ନୂଆଦିଲ୍ଲୀ,୮।୧: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ନ୍ୟୁଜିଲାଣ୍ଡର ପୂର୍ବତନ ଦୁର୍ଦଶ ବ୍ୟାଟର ମାର୍ଟିନ ଗୁପ୍ଟିଲ୍। ୩୮ ବର୍ଷୀୟ ଗୁପ୍ଟିଲ୍ ତାଙ୍କ ୧୪ ବର୍ଷର ଲମ୍ବା କ୍ୟାରିୟରରେ ସମସ୍ତ ପ୍ରକାର ଫାର୍ମଟରେ ନ୍ୟୁଜିଲାଣ୍ଡ ପାଇଁ ୩୬୭ ଟି ମ୍ୟାଚ୍ ଖେଳିଛନ୍ତି। ଯେଉଁଥିରେ ତାଙ୍କର ୨୩ ଟି ଶତକ ସାମିଲ ରହିଛ।

ନ୍ୟୁଜିଲାଣ୍ଡ ଖେଳାଳି ଭାବେ ସେ ଟି୨୦ ରେ ୧୨୨ ମ୍ୟାଚ୍ ଖେଳି ସର୍ବାଧିକ ୩,୫୩୧ ରନ୍ ସ୍କୋର କରିଛନ୍ତି। ସେହିପରି ସେ ଦିନିକିଆରେ ୭,୩୪୬ ରନ୍ ସ୍କୋର କରି ରସ ଟେଲର ଏବଂ ଷ୍ଟେଫେନ ଫ୍ଲେମିଂଙ୍କ ପଛକୁ ତୃତୀୟ ସ୍ଥାନରେ ରହିଛନ୍ତି।

୨୦୦୯ ରେ ଦିନିକିଆ କ୍ରିକେଟରେ ପଦାର୍ପଣ କରିଥିବା ଗୁପ୍ଟିଲ୍ ନ୍ୟୁଜିଲାଣ୍ଡର ପ୍ରଥମ ଖେଳାଳି ଭାବେ ପଦାର୍ପଣ ମୁକାବିଲାରେ ଶତକ ହାସଲ କରିଥିଲେ।

ଅବସର ଘୋଷଣା କରି ସେ ଲେଖିଛନ୍ତି, “ଏକ ଛୋଟ ପିଲା ଭାବରେ ନ୍ୟୁଜିଲ୍ୟାଣ୍ଡ ପାଇଁ ଖେଳିବା ସର୍ବଦା ମୋର ସ୍ୱପ୍ନ ଥିଲା ଏବଂ ମୁଁ ମୋ ଦେଶ ପାଇଁ ୩୬୭ ଟି ମ୍ୟାଚ୍ ଖେଳିଥିବାରୁ ମୁଁ ଅତ୍ୟନ୍ତ ଭାଗ୍ୟବାନ ଏବଂ ଗର୍ବିତ ଅନୁଭବ କରେ। ଏକ ବଡ଼ ଦଳ ସହିତ ରୂପା ଜର୍ସି ପିନ୍ଧିଥିବା ସ୍ମୃତିକୁ ମୁଁ ସବୁଦିନ ପାଇଁ ମନେ ରଖିବି ”ବୋଲି ଗୁପ୍ଟିଲ୍ କହିଛନ୍ତି।

ଏହି ଅବସରରେ ସେ ପତ୍ନୀ ଦୁଇ ପିଲା, ସମସ୍ତ ଦଳର ସାଥୀ ଖେଳାଳି ବଂ କୋଚିଂ କର୍ମଚାରୀଙ୍କୁ ବିଶେଷ ଭାବରେ ମାର୍କ ଓ’ଡୋନେଲଙ୍କୁ ଅଶେଷ ଧନ୍ୟବାଦ ଦେଇଥିଲେ।

ଟେଷ୍ଟ ବିଷୟରେ କହିଲେ ଗୁପ୍ଟିଲ୍ ୪୭ ଟି ମ୍ୟାଚରେ ନ୍ୟୁଜିଲାଣ୍ଡ ପାଇଁ ୨୫୮୬ ରନ୍ କରିଥିଲେ। ତାଙ୍କର ତିନୋଟି ଟେଷ୍ଟ ଶତକ ମଧ୍ୟ ରହିଛି। ଯାହା ସେ ୨୦୧୦ ରେ ବାଂଲାଦେଶ ବିପକ୍ଷରେ ୧୮୯, ୨୦୧୧ ରେ ଜିମ୍ବାୱେ ବିପକ୍ଷରେ ୧୦୯ ଏବଂ ୨୦୧୫ ରେ ଶ୍ରୀଲଙ୍କା ବିପକ୍ଷରେ ୧୫୬ ରନ୍ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri