Posted inଜାତୀୟ

ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍‌ ଦୂରକୁ ଫିଙ୍ଗିଲା…

ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍‌ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ ପାକ୍କାଟୁ ଶ୍ରୀକୁଟନ୍‌ ନାମକ ହାତୀ ଆକ୍ରାମକ ହୋଇଯାଇଥିଲା। ସେ ସେଠାରେ ଉପସ୍ଥିତ ଥିବା ଜଣେ ବ୍ୟକ୍ତିଙ୍କୁ ଶୁଣ୍ଢରେ ଟେକି ଦୂରକୁ ଫିଙ୍ଗିଦେଇଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତେବେ ଉତ୍ସବରେ ଉପସ୍ଥିତ ଲୋକେ ଆହତ ବ୍ୟକ୍ତିଙ୍କୁ ସହାୟତାର ହାତ ବଢ଼ାଇଥିଲେ।

ପୁଥିଆଙ୍ଗଡ଼ି ମନ୍ଦିର ଉତ୍ସବ ସମୟରେ ଶ୍ରୀକୁଟନ୍‌ ହାତୀ ହଠାତ୍‌ ଉତ୍ପାତ କରିଥିଲା। ଫଳରେ ଲୋକେ ଭୟରେ ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ଏହି ଘଟଣାରେ ପ୍ରାୟ ୨୦ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଅଛି। ଘଟଣାର ଭିଡିଓ ସାମ୍ନାକୁ ଆସିଛି।

ତେବେ ଆୟୋଜକଙ୍କ କହିବା ମୁତାବକ, ହାତୀ ଜଣଙ୍କୁ ଫିଙ୍ଗିଦେବା ପରେ ଲୋକେ ଆତଙ୍କିତ ହୋଇଯାଇଥିଲେ। ଏହାପରେ ରାତି ୨ଟା ପରେ ମାହୁନ୍ତ ହାତୀକୁ କାବୁ କରିଥିଲେ। ଫଳରେ ଅଧିକ କ୍ଷତି ହେବାରୁ ରୋକାଯାଇପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri