ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ ପହଞ୍ଚିଥିଲେ। ସମସ୍ତ ଦର୍ଶକ ଗୋପପୁର ଦୃଶ୍ୟାଭିନୟକୁ ମନ ଭରି ଉପଭୋଗ କରିଥିଲେ।

ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ନିର୍ମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ନିର୍ମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ନିର୍ମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।
ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ନିର୍ମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ନିର୍ମାଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri