ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ। ହେଲେ ଏମିତି କରିବା ବେଳେ କେବେ କେବେ ସେ ଅସୁବିଧାରେ ପଡ଼ିଯାଇଥାଏ। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଭାଇରାଲ ଭିଡିଓରେ ଜଣେ ମହିଳା ଟ୍ରେନ୍‌ରେ ଯାତ୍ରା କରୁଥିବା ବେଳେ ଷ୍ଟେଶନରେ ଓହ୍ଲାଇ ପିଲା ପାଇଁ କ୍ଷୀର ନେବାକୁ ଯାଇଛନ୍ତି। ସେ ଫେରିବା ବେଳକୁ ଟ୍ରେନ୍‌ଟି ଛାଡ଼ି ଦେଉଛି। ସେ ଚିନ୍ତାରେ ପଡ଼ି ଯାଉଛନ୍ତି। ଏପରିକି ଚଳନ୍ତା ଟ୍ରେନ୍‌ ପଛରେ ଦୌଡ଼ୁଛନ୍ତି। ଏହି ସମୟରେ ଟ୍ରେନ୍‌ ଗାର୍ଡ ଭଗବାନଙ୍କ ଦୂତ ଭଳି ଆସି ମହିଳାଙ୍କୁ ତାଙ୍କ ଅସୁବିଧା ବିଷୟରେ ପଚାରିଥିଲେ।
ମହିଳାଜଣଙ୍କ ନିଜର ସମସ୍ୟା କହିବା ପରେ ଗାର୍ଡ ଟ୍ରେନ୍‌ ରୋକିଥିଲେ। ପରେ ମହିଳାଜଣଙ୍କ ଖୁସିରେ ଟ୍ରେନ୍‌ରେ ଚଢ଼ିଥିଲେ। ଏକ୍ସରେ ଏହି ଘଟଣାର ଭିଡିଓ ଭାଇରାଲ ହେଉଛି। ଏଯାବତ ୧.୩ ମିଲିୟନ ଲୋକେ ଏହାକୁ ଦେଖି ସାରିଛନ୍ତି। ଏଥିରେ ଲୋକେ ହୃଦୟସ୍ପର୍ଶୀ ପ୍ରତିକ୍ରିୟା ମଧ୍ୟ ରଖୁଛନ୍ତି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri