ନିଜ୍ଜାର ହତ୍ୟା ମାମଲାରେ ଜଷ୍ଟିନ ଟ୍ରୁଡୋଙ୍କୁ ବଡ଼ ଝଟକା, କୋର୍ଟ ନେଲେ ଏହି ନିଷ୍ପତ୍ତି

ଓଟାଓ୍ବା,୯।୧: ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଜଷ୍ଟିନ ଟ୍ରୁଡୋ ସରକାରଙ୍କୁ ଏକ ବଡ଼ ଝଟକା ଲାଗିଛି। କାନାଡାର ସୁପ୍ରିମକୋର୍ଟ ମାମଲାର ସମସ୍ତ ଚାରି ଅଭିଯୁକ୍ତଙ୍କୁ ଆଇନଗତ ଶୁଣାଣି ପର୍ଯ୍ୟନ୍ତ ଜାମିନରେ ମୁକ୍ତ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଚାରି ଜଣଙ୍କ ମଧ୍ୟରୁ ତିନି ଜଣ ଭିଡିଓ ମାଧ୍ୟମରେ ସୁପ୍ରିମକୋର୍ଟରେ ହାଜର ହୋଇଥିବା ବେଳେ ଚତୁର୍ଥ ଜଣଙ୍କ ପ୍ରତିନିଧିତ୍ୱ ଜଣେ ଓକିଲ କରିଥିଲେ।

ଏବେ ଏହି ବିଷୟରେ ପରବର୍ତ୍ତୀ ଶୁଣାଣି ଫେବୃଆରୀ ୧୧, ୨୦୨୫ରେ ଅନୁଷ୍ଠିତ ହେବ। ୧୮ ଜୁନ ୨୦୨୩ରେ, ଖଲିସ୍ତାନି ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କୁ ବ୍ରିଟିଶ କଲମ୍ବିଆର ଏକ ଗୁରୁଦ୍ୱାରର ପାର୍କିଂ ସ୍ଥାନରେ ଗୁଳି କରି ହତ୍ୟା କରାଯାଇଥିଲା। ଏହି ମାମଲାରେ କରଣ ବରାଡ, କମଲପ୍ରୀତ ସିଂ, କରଣପ୍ରୀତ ସିଂହ ଏବଂ ଅମନଦୀପ ସିଂହଙ୍କୁ ଅଭିଯୁକ୍ତ କରାଯାଇଥିଲା।

କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ହତ୍ୟାକାଣ୍ଡରେ ଭାରତକୁ ସମ୍ପୃକ୍ତି ଥିବା ଅଭିଯୋଗ କରିବା ପରେ ଭାରତ-କାନାଡା ସମ୍ପର୍କରେ ଏକ ବଡ଼ ବିବାଦ ସୃଷ୍ଟି କରିଥିଲା। ଭାରତ ଏହି ଅଭିଯୋଗକୁ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଥିଲା ଏବଂ କାନାଡା ଦ୍ୱାରା ଏ ସମ୍ପର୍କରେ କୌଣସି ପ୍ରମାଣ ଉପସ୍ଥାପନ କରାଯାଇ ନ ଥିଲା। ଏହି ମାମଲାରେ ଚାରି ଅଭିଯୁକ୍ତଙ୍କ ମୁକ୍ତି ଜଷ୍ଟିନ ଟ୍ରୁଡୋଙ୍କ ପାଇଁ ସମସ୍ୟାକୁ ଆହୁରି ବଢ଼ାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri