ସ୍ବାମୀଙ୍କ ସହ ଜେଲ୍‌ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା

ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି  ଏବଂ ରସୁଲଗଡ଼ ବ୍ରିଜ୍‌ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍‌ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ହତ୍ୟା ଘଟଣାରେ ୫ ଜଣଙ୍କୁ ପୋଲିସ ବାନ୍ଧି ସାରିଛି। ଜଣେ ଫେରାର ଅଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ ବୁଧବାର ସକାଳୁ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।

ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ସେ ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।

ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।  ସ୍କୁଲରେ ଝିଅକୁ ଛାଡି ଫେରିବା ବାଟରେ ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri