Posted inଜାତୀୟ

ୟୁପିରେ ହାଜତ ମୃତ୍ୟୁ ଅଭିଯୋଗ: ଭାଇରାଲ ଭିଡିଓ ପୋଷ୍ଟ କରି ଭାଜପାକୁ ଘେରିଲେ ଅଖିଳେଶ

ଲଖ୍‌ମୀପୁର ଖେରି,୧୧।୧: ଉତ୍ତରପ୍ରଦେଶର ଲଖ୍‌ମୀପୁରଖେରି ଅଞ୍ଚଳରେ ପୋଲିସ ବେଆଇନ ମଦ କାରବାର ଅଭିଯୋଗରେ ରାମଚନ୍ଦ୍ର ନାମକ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ହାଜତରେ ରାମଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେଇ ପରିବାର ଲୋକେ ଦାବି କରିଛନ୍ତି।

ତେବେ ହାଜତ ମୃତ୍ୟୁ ଅଭିଯୋଗକୁ ପୋଲିସ ଖଣ୍ଡନ କରିଛି। ରାମଚନ୍ଦ୍ର ଗ୍ୟାଙ୍ଗଷ୍ଟର ଆଇନରେ ଅଭିଯୁକ୍ତ ଥିଲେ। ପୋଲିସ ଚଢ଼ାଉ ବେଳେ ସେ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ସଂଜ୍ଞାହୀନ ହୋଇପଡ଼ିଥିଲେ ବୋଲି ପୋଲିସ କହିଛି।

ତେବେ ମୃତକଙ୍କ ପରିବାର ସଦସ୍ୟଙ୍କ ସହ ଲଖ୍‌ମୀପୁରଖେରି ଡିଏସ୍‌ପି ପି.ପି. ସିଂ କଥା ହେଉଥିବାର ଏକ ଭିଡିଓ ଅନ୍‌ଲାଇନରେ ଭାଇରାଲ ହୋଇଛି। ପୋଲିସ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ସେ କହୁଥିବା ଭିଡିଓରେ ଶୁଣିବାକୁ ମିଳିଛି। ନିଘାସାନ କିମ୍ବା ମାଝଗାଇନ୍‌ର ଏସ୍‌ଏଚ୍‌ଓଙ୍କୁ ସସ୍‌ପେଣ୍ଡ କରାଯିବ ନାହିଁ କି ତୁମେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇବ ନାହିଁ ବୋଲି ଡିଏସ୍‌ପି କହିଛନ୍ତି। ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଉକ୍ତ ଭିଡିଓକୁ ଶେୟାର କରିବା ସହ ଶାସକ ଭାଜପାକୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri