ବହୁପ୍ରତୀକ୍ଷିତ ଶୀତମହୋତ୍ସବ ଉଦ୍‌ଘାଟନ ଆଜି: ସତ୍ୟଜିତ, ମଣ୍ଟୁ ଛୁରିଆ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ):ଦାରିଙ୍ଗବାଡ଼ିରେ ଶନିବାର ଶୀତ ମହୋତ୍ସବର ଉଦ୍‌ଘାଟନୀ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନର ଉଦ୍ୟମରେ ଶୀତ ମହୋତ୍ସବ ଚଳିତ ଥର ପାଳନ କରାଯାଉଛି। ଏଥିପାଇଁ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ଏକାଧିକ କାର୍ଯ୍ୟକ୍ରମ ପାଇଁ ଜିଲା ଓ ଜିଲା ବାହାରୁ କଳାକାରମାନଙ୍କୁ ନିମନ୍ତ୍ରଣ କରାଯାଇଛି। ସେହିପରି ମଞ୍ଚରେ ୩ ଦିନ ଧରି ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। ପ୍ରଥମ ଦିନରେ ଏଥିରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ ଅଧ୍ୟକ୍ଷତା କରିବେ। ମୁଖ୍ୟଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମହୋତ୍ସବକୁ ଉଦ୍‌ଘାଟନ କରିବେ। ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ମୁଖ୍ୟବକ୍ତା ଭାବେ ଯୋଗ ଦେବେ। ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ଫୁଲବାଣୀ ବିଧାୟକ ଉମା ଚରଣ ମଲିକ, ବାଲିଗୁଡ଼ା ବିଧାୟକ ଚକ୍ରମଣୀ କଂହର, ଜି. ଉଦୟଗିରି ପୂର୍ବତନ ବିଧାୟକ ସାଲୁଗା ପ୍ରଧାନ ଓ ଯାକବ ପ୍ରଧାନ, ଜିଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ,୧୦ ଏବଂ ୧୧ ନଂ. ଜିଲା ପରିଷଦ ସଦସ୍ୟା ରଞ୍ଜନ ପ୍ରଧାନ, ଦୀପିକା ମାଝୀ ଏବଂ ଦାରିଙ୍ଗବାଡ଼ି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ପ୍ରମୁଖ ମଞ୍ଚାସୀନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ଶୀତ ମହୋତ୍ସବ କମିଟିର ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଚଳିତ ଥର ମହୋତ୍ସବ ପାଇଁ ୧ ଶହ ଷ୍ଟଲ ରହିବ। ସୋମବାର ଏହି ମହୋତ୍ସବର ଉଦ୍‌ଯାପିତ ହେବ। ଉଦଯାପନୀ ଉତ୍ସବରେ କନ୍ଧମାଳ ଏମପି ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଗୃହ ନିର୍ମାଣ, ନଗର ଉନ୍ନୟନ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମତ୍ସ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ବିଧାୟକ ନୀଳମଣି ବିଷୋୟୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri