ସହଦେବ ନାୟକଙ୍କ ଏକାଦଶାହ ଭୋଜି ଖର୍ଚ୍ଚ ତୁଲାଇବେ ରାଣୀ ପଣ୍ଡା

ଭୁବନେଶ୍ୱର,୧୧।୧ (ବନ୍ଦନା ସେଠୀ): ବିଏମ୍‌ସି ସଫେଇ ମଜଦୂର ସଂଘର ସଭାପତି ସହଦେବ ନାୟକଙ୍କ ହତ୍ୟାର ପ୍ରତିବାଦ କରିବା ସହ ଦୋଷୀଙ୍କୁ ଉପଯୁକ୍ତ ଦଣ୍ଡ ପ୍ରଦାନ ଦାବିରେ ଶୁକ୍ରବାର ସଂଘ ପକ୍ଷରୁ ବିଏମ୍‌ସି ମୁଖ୍ୟାଳୟ ଘେରାଉ କରାଯାଇଥିଲା। ଘଟଣାର ସିବିଆଇ ଦଦନ୍ତ କରିବା, ପରିବାରକୁ ୩୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ ଏବଂ ସହଦେବଙ୍କ ପତ୍ନୀଙ୍କୁ ବିଏମ୍‌ସିରେ ସ୍ଥାୟୀ ରୂପେ ଚାକିରୀ ପ୍ରଦାନ କରିବାକୁ ଦାବି ହୋଇଥିଲା। ପରେ ସଂଘର ଏକ ପ୍ରତିନିଧି ଦଳ ଏନେଇ ମେୟର ସୁଲୋଚନା ଦାସଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ। ଘଟଣାର ଉପଯୁକ୍ତ ତଦନ୍ତ ହେବା ସହ ଆବଶ୍ୟକୀୟ ସାହାଯ୍ୟ ପ୍ରଦାନ କରାଯିବ ବୋଲି ମେୟର ପ୍ରତିଶ୍ରୁତି ଦେବା ପରେ ଧାରଣା ହଟିଥିଲା। ଏଥିସହ ଶନିବାର ଠାରୁ ସମସ୍ତ ଓ୍ବାର୍ଡରେ ପୂର୍ବପରି କାମ ଆରମ୍ଭ ହେବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ସହଦେବଙ୍କ ହତ୍ୟା ଘଟଣାର ପ୍ରତିବାଦ କରି ଗୁରୁବାର ଠାରୁ ସହରର ପ୍ରାୟ ୪୮ଟି ଓ୍ବାର୍ଡରେ ସଂଘର କର୍ମକର୍ତ୍ତାମାନେ କାର୍ଯ୍ୟ ବନ୍ଦ କରାଯାଇଥିଲା।
ଅପରପକ୍ଷେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡା ସହଦେବଙ୍କ ଘରକୁ ଯାଇ ସେଠାରେ ତାଙ୍କ ପରିବାର ସହିତ ଭେଟିଥିଲେ। ସହଦେବଙ୍କ ଏକାଦଶାହ ଭୋଜି ନିଜେ କରିବେ ବୋଲି ରାଣୀ କହିଥିଲେ। ଏଥିସହ ଏଣିକି ପ୍ରତି ମାସରେ ପରିବାରକୁ ସଉଦା ଦେବା ସହ ତାଙ୍କ ଦୁଇଝିଅଙ୍କ ପାଠପଢା ଖର୍ଚ୍ଚ ଏବଂ ତାଙ୍କ ପାଇଁ କିଛି ଟଙ୍କା ଫିକ୍ସ ଡିପୋଜିଟ୍‌ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri