ଆମେରିକାରେ ଭୟାବହ ତୁଷାରଝଡ଼: ୩,୦୦୦ ବିମାନ ବାତିଲ

ଆଟଲାଣ୍ଟା,୧୧।୧: ଯୁକ୍ତରାଷ୍ଟ୍ର ଆମେରିକାର ଦକ୍ଷିଣ ଭାଗରେ ପ୍ରବଳ ବେଗରେ ପବନ ସାଙ୍ଗକୁ ଭୟାବହ ତୁଷାର ଝଡ଼ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି।
ଏପରିକି ୩,୦୦୦ରୁ ଊର୍ଦ୍ଧ୍ୱ ବିମାନ ଉଡ଼ାଣ ବାତିଲ ହେବା ସହ ଅନେକ ହଜାର ବିମାନ ଚଳାଚଳ ବିଳମ୍ବିତ ହୋଇଛି।

ବିଶେଷ କରି ଡେଲ୍ଟା ଏୟାରଲାଇନ୍ସ ସର୍ବାଧିକ ପ୍ରଭାବିତ ହୋଇଛି। ଆଟଲାଣ୍ଟା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟର ୫ଟି ରନ୍‌ଓ୍ବେକୁ ସାମୟକ ଭାବେ ବନ୍ଦ କରିଦିଆଯାଇଛି। ଟେକ୍ସାସ୍‌ ଏବଂ ଓଖ୍‌ଲାହୋମା ସମେତ ଆମେରିକାର ଦକ୍ଷିଣ ରାଜ୍ୟଗୁଡ଼ିକରେ ରାସ୍ତାଘାଟ ବରଫାବୃତ୍ତ ହୋଇଯାଇଛି।

ଟେକ୍ସାସ୍‌ରୁ ଜର୍ଜିଆ ଏବଂ ସାଉଥ୍‌ କାରୋଲିନା ପର୍ଯ୍ୟନ୍ତ ସ୍କୁଲ୍‌ ବନ୍ଦ ରହିଛି। ଅଟକି ରହିଥିବା ବାଇକ୍‌ ଚାଳକମାନଙକୁ ଉଦ୍ଧାର କରିବା ଲାଗି ଆର୍କାନ୍‌ସାସ୍‌ ଏବଂ ନର୍ଥ କାରୋଲଲିନା ପକ୍ଷରୁ ନ୍ୟାଶନାଲ ଗାର୍ଡଙ୍କୁ ଡକାଯାଇଛି।

ବିଭିନ୍ନ ରାଜ୍ୟରେ ଜରୁରୀ ପରିସ୍ଥିତି ଘୋଷଣା କରାଯାଇଛି। ଆର୍କାନ୍‌ସାସ୍‌ରେ ପ୍ରାୟ ୩୧ ସେ.ମି ବହଳରେ ବରଫ ପଡ଼ିଥିବା ବେଳେ ଲିଟିଲ ରକ୍‌ରେ ୨୫ ସେଣ୍ଟିମିଟର ତୁଷାରପାତ ହୋଇଛି। ତୁଷାର ଝଡ଼ ଯୋଗୁ କେତେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୧୮ ଡିଗ୍ରୀ ସେଲ୍‌ସିୟସ୍‌କୁ ଖସିଯାଇଛି। ଏଥିସହିତ ବିଜୁଳି ନ ଥିବାରୁ ଅନେକ ହଜାର ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri