ଯାତ୍ରୀ ବିଶ୍ରାମାଗାରରୁ ମିଳିଲା ମୃତଦେହ: ସୋସିଆଲ ମିଡିଆରୁ ଜଣାପଡ଼ିଲା ପରିଚୟ

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ନିକଟସ୍ଥ ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ ଯାତ୍ରୀ ବିଶ୍ରାମାଗାରରୁ ଜଣେ ବ୍ୟକ୍ତିଙ୍କ ମୃତଦେହକୁ ଶନିବାର ସକାଳେ ପୋଲିସ ଉଦ୍ଧାର କରିଛି। ମୃତକଜଣକ ହେଲେ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଲାଞ୍ଜିପଲ୍ଲୀ ରଘୁନାଥ ମଠ ସାହିର ସୁବାସ କୁମାର ଚୌଧୁରୀ(୫୦)। ପ୍ରଥମେ ମୃତକଙ୍କ ପରିଚୟ ଜଣାପଡି ନ ଥିଲା। ସୋସିଆଲ ମିଡିଆରେ ମୃତକଙ୍କ ଫୋଟ ପ୍ରସାରିତ ହେବାପରେ ବ୍ରହ୍ମପୁରର ଜଣେ ଖବରଦାତା ଫଟୋ ଦେଖି ତାଙ୍କ ପରିଚୟ ସମ୍ପର୍କରେ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କୁ ଜଣାଇଥିଲେ। ଥାନା ଏସଆଇ ସୋଫିଆ ମିଶ୍ର ସଦଳବଳେ ବ୍ରହ୍ମପୁର ଲାଞ୍ଜିପଲ୍ଲୀ ଅଞ୍ଚଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ଅପରିଚିତ ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ଭେଟିଥିଲେ। ପୋଲିସ ଥାନା ଅପମମତ୍ୟୁ ମାମଲା ନଂ.୩/୨୫ ଅନୁଯାୟୀ ମୃତଦେହକୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସୁବାସ ଦୀର୍ଘଦିନ ଧରି ମାନସିକ ବିକୃତ ଭାବେ ବିଭିନ୍ନ ଅଞ୍ଚଳରେ ବୁଲୁଥିଲେ। ଲୋକେ ଯାହାଦେଲେ ଖାଉଥିଲେ। କିଛିଦିନ ହେଲା ସେ ଉକ୍ତ ବିଶ୍ରାମାଗାରରେ ରହି ଆସୁଥିଲେ ବୋଲି ଗଣିଆନାଳ ଛକର ବ୍ୟବସାୟୀ ମାନେ ପୋଲିସକୁ କହିଛନ୍ତି। ବିଶ୍ରାମାଗାର ନିକଟରେ ଉଠାଦୋକାନ କରିଥିବା ଜଣେ ବ୍ୟବସାୟୀ ମୃତଦେହକୁ ଦେଖି ପୋଲିସକୁ ଖବର କରିଥିଲେ। ଥାନା ଆଇଆଇସି ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ।ଅତ୍ୟଧିକ ଥଣ୍ଡାରୁ ତାଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri