ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଉଦ୍‌ଘାଟିତ ବିଭିନ୍ନ ଷ୍ଟଲ ଦେଖିଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି, ୧୧ା୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଶନିବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ଅନ୍ୟତମ ଅତିଥି ତଥା ମୁଖ୍ୟବକ୍ତା ଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ, ଆସିକା ଏମ୍‌ପି ଅନିତା ପ୍ରିୟଦର୍ଶିନୀ ପଟ୍ଟନାୟକ, ପୂର୍ବତନ ବିଧାୟକ ଯାକବ ପ୍ରଧାନ, ଶୀତ ମହୋତ୍ସବ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଶରତ ଶବର, ଜିଲାପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ଦୀପିକା ମାଝୀ, ଦାରିଙ୍ଗବାଡ଼ି ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ ପ୍ରମୁଖ ମଞ୍ଚାସିନ ରହିଥିଲେ। ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ କରିବା ସହ ଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଥିଲେ। ସମସ୍ତ ଅତିଥିଙ୍କୁ ଅଙ୍ଗବସ୍ତ୍ର, ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। କମିଟିର ସମ୍ପାଦକ ତଥା ବିଡ଼ିଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଶୀତ ମହୋତ୍ସବ ଅଞ୍ଚଳରେ ପାରମ୍ପରିକ କଳାକୁ ପୁନରୁଦ୍ଧାର କରାଯିବା, ଲୋକକଳାର ପ୍ରଚାର ପ୍ରସାର କରିବା ଭାଇଚାରା ସୃଷ୍ଟି କରିବା ନେଇ ଅତିଥିମାନେ ପ୍ରକାଶ କରିଥିଲେ। କନ୍ଧମାଳ ଜିଲାର ପ୍ରକୃତି ଦେଖିବାକୁ ଅତି ସୁନ୍ଦର ଏହାର ପାହାଡ଼, ଜଙ୍ଗଲ, ଝରଣା, ପ୍ରକୃତି ଦେଖିବାକୁ ସୁନ୍ଦର ତେଣୁ ଆମ ସଂସ୍କୃତି ପରମ୍ପରାକୁ ବଞ୍ଚେଇବା ତେବେ ଶୀତ ମହୋତ୍ସବର ମୂଳ ଲକ୍ଷ ବୋଲି କହିଥିଲେ। ମଞ୍ଚରେ ଶିବାନନ୍ଦ ବାରିକ ଏବଂ ଲିଜା ସାହୁ ପରିଚାଳନା କରିଥିଲେ। ସେହିପରି ପରବର୍ତ୍ତୀ ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ସୌରଭ ଭାରଦ୍ୱାଜ ଭଜନ ଗାନ କରିଥିଲେ। ସେହିପରି ବରିଷ୍ଠ କଣ୍ଠଶିଳ୍ପୀ ସତ୍ୟଜିତ ପ୍ରଧାନଙ୍କ କଣ୍ଠରେ ବିଭିନ୍ନ ଆଧୁନିକ ଗୀତରେ ଦର୍ଶକ ମଜା ନେଇଥିଲେ। ସେହିପରି ଓଡ଼ିଶୀ ନୃତ୍ୟ ସମେତ ବିଭିନ୍ନ ନୃତ୍ୟ ସମ୍ବଲପୁରୀ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri