ଭାଜପା ପୋଲିସକୁ ହାତବାରିଶି କରି ଗଣତନ୍ତ୍ରକୁ ହତ୍ୟା କରିଛି: ବିଜେଡି

ଭୁବନେଶ୍ୱର,୧୨ା୧(ଅନିଲ ଦାସ):କିର୍ମିରା ଅନାସ୍ଥା ଭୋଟରେ ପରାଜୟ ନିଶ୍ଚିତ ଜାଣି ଭାଜପା ନିର୍ବାଚନ ନ କରାଇ ଦେବା ପାଇଁ ଷଡ଼ଯନ୍ତ୍ର କରିଛି ବୋଲି ବିଜେଡି ଅଭିଯୋଗ କରିଛି। ଏଥିରେ ଓଡ଼ିଶା ଓ ଛତିଶଗଡ଼ ପୋଲିସକୁ ସାମିଲ କରାଯାଇଛି ବୋଲି ଶଙ୍ଖଭବନଠାରେ ଶନିବାର ଖବରଦାତା ସମ୍ମିଳନୀରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଓ ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସ କହିଛନ୍ତି। ଭାଜପା ସରକାର ପଞ୍ଚାୟତ ପ୍ରତିନିଧିଙ୍କୁ ପୋଲିସ ଦ୍ୱାରା ଜୋରଜବରଦସ୍ତ ଅଟକ ରଖି ସେମାନଙ୍କୁ ଅନାସ୍ଥା ଭୋଟରୁ ବିରତ ରଖିଥିଲେ। ନିର୍ବାଚିତ ପ୍ରତିନିଧିମାନେ ସ୍ବଇଚ୍ଛାରେ ଆସିଛନ୍ତି ବୋଲି ଲିଖିତ ଭାବେ ଜଣାଇଥିଲେ ମଧ୍ୟ ସେମାନଙ୍କୁ ଛାଡ଼ି ନ ଥିଲେ ବୋଲି ସେ କହିଛନ୍ତି। ଦୀପାଳି ପୁଣି କହିଛନ୍ତି, ପ୍ରଥମେ ସେମାନେ ଅନାସ୍ଥା ଭୋଟ ନ ହେଉ ବୋଲି ଚାହୁଁଥିଲେ। ସେଥିପାଇଁ କିର୍ମିରା ପଞ୍ଚାୟତର ଦୁଇ ତୃତୀୟାଂଶ ପଞ୍ଚାୟତ ପ୍ରତିନିଧି ଅନାସ୍ଥା ନୋଟିସ ଦେବାସତ୍ତ୍ୱେ ପ୍ରଶାସନ ଅନାସ୍ଥା ଭୋଟ କରିବା ପାଇଁ ଟାଳଟୁଳ ନୀତି ଅବଲମ୍ବନ କରୁଥିଲା। ଉଚ୍ଚ ନ୍ୟାୟାଳୟ ଏହି ମାମଲାରେ ହସ୍ତକ୍ଷେପ କରି ଜାନୁଆରୀ ୧୦ ସୁଦ୍ଧା ନିର୍ବାଚନ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ନିର୍ବାଚନ ଆସନ୍ନ ଜାଣି ଗୁଣ୍ଡାମାନଙ୍କ ଦ୍ୱାରା ପଞ୍ଚାୟତ ପ୍ରତିନିଧିମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରାଯାଇଥିଲା ା ସମସ୍ତ ଉଦ୍ୟମ ବିଫଳ ହେବା ପରେ ପୋଲିସକୁ ଗୁଣ୍ଡା ଭୂମିକାରେ ନିୟୋଜିତ କରାଯାଇଥିଲା। ଲଇକେରା ଆଇଆଇସି ଆମ କଲ୍ୟାଣମଣ୍ଡପକୁ ବିନା ସର୍ଚ୍ଚୱାରେଣ୍ଟରେ କେତେକ ଅସାମାଜିକ ବ୍ୟକ୍ତିଙ୍କ ସହ ଯାଇ ସର୍ଚ୍ଚ କରିଥିଲେ, ଯେଉଁଥିରୁ ସରକାରରେ ଥିବା ଦଳର ଅସହାୟତା ସ୍ପଷ୍ଟ ବାରି ହୋଇପଡୁଛି। ପରେ ଓଡ଼ିଶା ପୋଲିସର ଏକ ଟିମ୍‌ ଛତିଶଗଡ଼ ଯାଇ ସେମାନଙ୍କୁ ଜୋରଜବରଦସ୍ତ ଅଟକ ରଖିଥିଲା ଓ ସେମାନଙ୍କୁ ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଥିଲା। ସେମାନଙ୍କୁ ଅଟକ ରଖାଯାଇଛି ବୋଲି ଜାଣିବା ପରେ ମୁଁ ମୋର ଭାଇ ବିଶାଲ ଦାସଙ୍କୁ ସେଠାକୁ ପଠାଇଥିଲି, କିନ୍ତୁ ପୋଲିସ ତାଙ୍କୁ ମଧ୍ୟ ଅଟକ ରଖିଥିଲା। ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ସେମାନଙ୍କୁ ଅଟକ ରଖାଯାଇଥିଲା। ଭାଜପା ପୋଲିସକୁ ହାତବାରିଶି କରି ଗଣତନ୍ତ୍ରକୁ ହତ୍ୟା କରିଛି। ଭାଜପାର ସତ୍‌ସାହସ ଥିଲେ ୨ଦିନ ଭିତରେ ନିର୍ବାଚନ କରନ୍ତୁ ବୋଲି ଦୀପାଳି କହିଛନ୍ତି ।
ଜନତା ଦଳର ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି, ଦଳର ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଦଳ ତରଫରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଏହି ଟିମ୍‌ ଗଠିତ ହୋଇଛି ।
ଖୁବ୍‌ଶୀଘ୍ର ଏହି ଟିମ୍‌ ସେଠାକୁ ଯିବ ଏବଂ ସମଗ୍ର ଘଟଣାର ତଥ୍ୟ ସଂଗ୍ରହ କରି ଦଳର ସଭାପତିଙ୍କ ନିକଟରେ ଉପସ୍ଥାପନ କରିବ ବୋଲି ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri