Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁ ଜିତିଲେ ଐତିହାସିକ ସ୍ବର୍ଣ୍ଣ

ବାସେଲ (ସୁଇଜରଲାଣ୍ଡ), ୨୫।୮ (ପି.ଟି.)- ତାରକା ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ରବିବାର ତାଙ୍କ ଜ୍ଜାଜଲ୍ୟମୟ କ୍ୟାରିୟରରେ ଆଉ ଏକ ସ୍ବର୍ଣ୍ଣିମ ସଫଳତା ଯୋଡ଼ିଛନ୍ତି। ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ୨୪ ବର୍ଷୀୟା ସିନ୍ଧୁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ହାଇଦ୍ରାବାଦୀ ଲଳନା ସିନ୍ଧୁ ଏକତରଫା ବିଶିଷ୍ଟ ଫାଇନାଲରେ ଜାପାନର ନୋଜୋମି ଓକୁହାରାଙ୍କୁ ପରାସ୍ତ କରିଛନ୍ତି। ଏଥିସହ ପ୍ରଥମ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ଭାବେ ସେ ଏହି ସମ୍ମାନଜନକ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି।
ସନ୍ଧ୍ୟାରେ ଖେଳାଯାଇଥିବା ଏହି ହାଇଭୋଲଟେଜ୍‌ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌କୁ ୨୪ ବର୍ଷୀୟା ସିନ୍ଧୁ ଏକତରଫା ଭାବେ ୨୧-୭, ୨୧-୭ ସିଧାସଳଖ ଗେମ୍‌ରେ ଓକୁହରାଙ୍କୁ ପରାସ୍ତ କରିବାରେ ସମର୍ଥ ହୋଇଥିଲେ। ୫ ଫୁଟ୍‌ ୧୦ ଇଞ୍ଚ ଉଚ୍ଚତା ବିଶିଷ୍ଟ ସିନ୍ଧୁ ନିଜ ଉଚ୍ଚତାର ସମ୍ପୂର୍ଣ୍ଣ ଫାଇଦା ଉଠାଇ ମାତ୍ର ୩୮ ମିନିଟ୍‌ ମ୍ୟାଚ୍‌କୁ ଜିତିନେଇଥିଲେ। ଏଥିସହ ସିନ୍ଧୁ ୨ ବର୍ଷ ତଳର ପରାଜୟର ମଧୁର ପ୍ରତିଶୋଧ ମଧ୍ୟ ନେଇଛନ୍ତି। ୨୦୧୭ ଗ୍ଲାସଗୋରେ ଖେଳାଯାଇଥିବା ଏହି ସମାନ ପ୍ରତିଯୋଗିତାର ଫାଇନାଲରେ ଓକୁହରାଙ୍କ ନିକଟରୁ ହାରି ସିନ୍ଧୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଥିଲେ। ସେହି ଫାଇନାଲ ମ୍ୟାଚ୍‌ ଦୀର୍ଘ ଏକ ଘଣ୍ଟା ୫୦ ମିନିଟ୍‌ ଧରି ଅନୁଷ୍ଠିତ ହୋଇଥିଲା, ଯାହାକୁ ବ୍ୟାଡ୍‌ମିଣ୍ଟନ ଇତିହାସର ଅନ୍ୟତମ ଶ୍ରେଷ୍ଠ ମ୍ୟାଚ୍‌ ଭାବେ ବିବେଚିତ କରାଯାଉଛି।
ଝାଙ୍ଗ୍‌ଙ୍କ ସହ ସମକକ୍ଷ ହେଲେ ସିନ୍ଧୁ:
ଏହି ବିଜୟ ସହ ସିନ୍ଧୁ ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ର ସମସ୍ତ ପଦକ ଜିତିବାରେ ସକ୍ଷମ ହୋଇଛନ୍ତି। ପୂର୍ବରୁ ସେ ୨୦୧୩ ଓ ୨୦୧୪ରେ ଏହି ପ୍ରତିଯୋଗିତାରେ ବ୍ରୋଞ୍ଜ ଏବଂ ୨୦୧୭ ଓ ୨୦୧୮ରେ ରୌପ୍ୟ ପଦକ ଜିତିଥିଲେ। ଏବେ ସ୍ବର୍ଣ୍ଣ ଜିତି ସେ ବିଶ୍ୱ ଚାମ୍ପିୟନଶିପ୍‌ର ପଦକ ସେଟ୍‌ ଅକ୍ତିଆର କରିଛନ୍ତି। ଏଥିସହ ଏହି ସମ୍ମାନଜନକ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସରେ ସର୍ବାଧିକ ପଦକ ଜିତିବାରେ ଚାଇନାର ଝାଙ୍ଗ୍‌ ନିଙ୍ଗ୍‌ଙ୍କ ସହ ସିନ୍ଧୁ ସମକକ୍ଷ ହୋଇଛନ୍ତି। ଝାଙ୍ଗ୍‌ ମଧ୍ୟ ତାଙ୍କ କ୍ୟାରିୟରରେ ବିଶ୍ୱ ଚାମ୍ପିୟନଶିପ୍‌ର ଗୋଟିଏ ସ୍ବର୍ଣ୍ଣ ଏବଂ ୨ଟି ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri