ଶୀତ ମହୋତ୍ସବର ଦ୍ୱିତୀୟ ଦିନ: ଦର୍ଶକଙ୍କ ମନ ମୋହିଲା ଗୋଟିପୁଅ, ଓଡ଼ିଶୀ, ଖଞ୍ଜଣୀ ନୃତ୍ୟ

ଦାରିଙ୍ଗବାଡ଼ି,୧୨।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବର ରବିବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ଅବସରରେ ବିଡିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା କର୍ଯ୍ୟ ନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଫୁଲବାଣୀ ଉପଜିଲାପାଳ ଚିତ୍ତରଞ୍ଜନ ମହନ୍ତ, ଉଦ୍‌ଘାଟନ ବାଲିଗୁଡ଼ା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଦାରିଙ୍ଗବାଡ଼ି ତହସିଲଦାର ଶରତ ଶବର, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତି ମାଝୀ, କ. ନୂଆଗାଁ ବ୍ଲକ ଅଧ୍ୟକ୍ଷା ସୁଲୋଚନା ଦଳବେହେରା, ଦାରିଙ୍ଗବାଡି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ପ୍ରମୁଖ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

କାର୍ଯ୍ୟକ୍ରମକୁ ଶିବାନନ୍ଦ ବାରିକ ଏବଂ ଲିଜା ସାହୁ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ଖଞ୍ଜଣୀ ବାଦ୍ୟରେ ଜନଜାତି ସମ୍ପ୍ରଦାୟଙ୍କ ନୃତ୍ୟକୁ ଜୟନନ୍ଦ ସାଂସ୍କୃତିକ ସମିତିର କଳାକାରମାନେ ପରିବେଷଣ କରିଥିଲେ। ସେହିପରି କୁଇ ନୃତ୍ୟ ସହ ପୁରୀରୁ ଆସିଥିବା ଗୋଟିପୁଅ ନୃତ୍ୟ, ପାରମ୍ପରିକ ଲୋକ କଳା ଆଦି ଦେଖିବାକୁ ମିଳିଥିବା ବେଳେ ଆଧୁନିକ ନୃତ୍ୟ ଓ ସଙ୍ଗୀତରେ ଦର୍ଶକ ଝୁମିଥିଲେ। ମୁଖ୍ୟ ଆକର୍ଷଣରେ ଶୈଳେନ୍ଦ୍ର ସାମନ୍ତରାୟ ଏବଂ ପ୍ରାଚୀଙ୍କ ଆଧୁନିକ ନୃତ୍ୟରେ ମଞ୍ଚ ଦୁଲୁକିଥିଲା। ଦର୍ଶକମାନେ ଏଥିରେ ଝୁମି ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri