ନିବେଶକ ହରାଇଲେ ୧୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୪।୧ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ଟଙ୍କା ମୂଲ୍ୟ ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ମାର୍କେଟ (ପୁଞ୍ଜି ବଜାର) ଉପରେ ସିଧାସଳଖ ପଡୁଥିବା ଘରୋଇ ଶେୟାର ବଜାରର କାରବାର ଫଳାଫଳରୁ ସ୍ପଷ୍ଟ ବାରି ହେଉଛି। ଏପରିକି ଗତ ସପ୍ତାହର କାରବାର ଓ ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଶେଷ ସୁଦ୍ଧା ପୁଞ୍ଜି ବଜାରର ନିବେଶକମାନେ ପ୍ରାୟ ୧୩ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଥିଲାବେଳେ ଗତ ୪ଟି କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ନିବେଶକ ମୋଟ ୨୫ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଗତ ସପ୍ତାହର ଶେଷ କାରବାର ଫଳାଫଳ ସୁଦ୍ଧା ପୁଞ୍ଜି ବଜାରର ବଜାର ପୁଞ୍ଜି ୪୩୦ ଲକ୍ଷ କୋଟି ଥିଲାବେଳେ ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ସୋମବାର)ର ଫଳାଫଳ ଶେଷ ସୁଦ୍ଧା ଶେୟାର ବଜାରର ନିବେଶକମାନେ ପ୍ରାୟ ୧୩ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜି ବଜାରର ବଜାର ପୁଞ୍ଜି ୧୩ ଲକ୍ଷ କୋଟି ହ୍ରାସ ପାଇ ୪୧୭ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର କାରବାର ସୋମବାର ବେଶ ପ୍ରଭାବିତ ହୋଇଛି। ଏପରିକି ବିଏସଇ ସେନସେକ୍ସର କାରବାର ପ୍ରାୟ ୧୦୪୯ ପଏଣ୍ଟ ହ୍ରାସ ଘଟି ୭୬,୩୩୦.୦୧ ଅଙ୍କରେ କାରବାର ବନ୍ଦ ହୋଇଥିଲାବେଳେ ନିଫ୍ଟି ୧.୪୭% ହ୍ରାସ ଘଟି ୨୩,୦୮୫.୯୫ ଅଙ୍କରେ କାରବାର ବନ୍ଦ ରହିଥିଲା। ଅପରପକ୍ଷରେ ୩୦ ଶେୟାର ବିଶିଷ୍ଟ ବିଏସଇ ମିଡକ୍ୟାପ ଏବଂ ସ୍ମଲକ୍ୟାପର କାରବାର ୪% ଲେଖାଏ ହ୍ରାସ ଘଟିଛି। ଏପରିକି ନିଫ୍ଟି ମିଡକ୍ୟାପର କାରବାର ୪.୦୨% ହ୍ରାସ ଖଟି ୫୨,୩୯୦.୪୦ ଅଙ୍କରେ ବନ୍ଦ ହୋଇଥିଲାବେଳେ ସ୍ମଲକ୍ୟାପର କାରବାର ୩.୮୦% କମି ୮୦୬୮.୨୦ ଅଙ୍କରେ ଶେଷ ହୋଇଥିଲା। ସେହିପରି ନିଫ୍ଟି ବ୍ୟାଙ୍କର କାରବାର ୮୯୨.୯୦ ପଏଣ୍ଟ ହ୍ରାସ ଘଟି ୪୮,୦୪୧.୨୫ଅଙ୍କରେ ବନ୍ଦ ହୋଇଥିଲା। ଏପରିକି ସେକ୍ଟୋରାଲ କାରବାରରେ ପିଏସୟୁ ବ୍ୟାଙ୍କ, ଅଟୋ, ମେଟାଲ ଏବଂ ମିଡିଆ ଭଳି ପ୍ରମୁଖ ନିବେଶକମାନେ ପ୍ରାୟ ୩ରୁ ୫% ନିବେଶ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri