ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ ଜଗନ୍ନାଥ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରି ଟଳି ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରି ସଙ୍ଗେସଙ୍ଗେ ଚିକିତ୍ସା ନିମନ୍ତେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା କରି ମୃତ ଘୋଷଣା କରିଥିଲେ। ତେବେ ଯୁବ ସେବାୟତ ଜଗନ୍ନାଥ ସୁନାଥାଳିଙ୍କ ଆକସ୍ମିକ ମୃତ୍ୟୁରେ ସଦର ମୁଖ୍ୟ ଚିକିତ୍ସାଳୟରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଏ ଖବର ପାଇ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ୍‌ପି ବିନୀତ ଅଗ୍ରଓ୍ବାଲ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ୍‌ଙ୍କ ସହ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ଜଣେ ଯୁବ ସେବକ ଭାବେ ସ୍ବର୍ଗତଃ ଜଗନ୍ନାଥ ସୁନାଥାଳି ଶାନ୍ତ ସ୍ବଭାବର ଥିବାବେଳେ ମହାପ୍ରଭୁଙ୍କ ସେବାକୁ ଅତ୍ୟନ୍ତ ନିଷ୍ଠାର ସହ ସମ୍ପାଦିତ କରନ୍ତି। ଦୁଇବର୍ଷ ପୂର୍ବରୁ ଜଗନ୍ନାଥ ସୁନାଥାଳି ଛାତି ଜନିତ ରୋଗରେ ଚିକିତ୍ସିତ ହେଉଥିବା ବେଳେ ପରେ ସୁସ୍ଥ ହୋଇ ପୁର୍ନବାର ମହାପ୍ରଭୁଙ୍କ ସେବାରେ ନିୟୋଜିତ ହୋଇଥିଲେ। କିନ୍ତୁ ଆଜି ହଠାତ୍‌ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ହୃଦଘାତ୍‌ ଯୋଗୁ ମୃତ୍ୟୁ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri