ନବ ଦାସ ହତ୍ୟା ଘଟଣାକୁ ନେଇ ବଡ଼କଥା କହିଦେଲେ ଦୀପାଳି

ଝାରସୁଗୁଡ଼ା,୧୬।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ।
ବାସଭବନରେ ବୁଧବାର ସାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦୀପାଳି କହିଛନ୍ତି, ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri