ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧୦୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୧୦୦୦ ଟଙ୍କାରୁ ବୃଦ୍ଧି ପାଇ ୧୬୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ୍‌ ପରିମାଣ ମଧ୍ୟ ୧୪୪୩ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୪,୯୫୦ ଟଙ୍କା ପ୍ରଦାନ କରିବେ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ୧୨,୭୪୦ ଜଣ ସ୍କିମାଟିକ୍‌ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ।

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ୧୬୦୦୦ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri