Posted inଜାତୀୟ

ଇଣ୍ଡିଆ ପରେ ଦିଲ୍ଲୀରେ ଭାଙ୍ଗିଲା ଏନଡିଏ ମେଣ୍ଟ! ବଡ଼ ଆକ୍ସନ ନେଲେ ଅଜିତ ପାଓ୍ବାର, ଟେନଶନରେ ମୋଦି

ନୂଆଦିଲ୍ଲୀ,୧୭।୧: ଭାଜପାକୁ ବଡ଼ ଝଟ୍‌କା। କାରଣ ଦିଲ୍ଲୀ ନିର୍ବାଚନରେ ମଇଦାନକୁ ଓହ୍ଲାଇଛି ଏନସିପି। ଅଜିତ ପାଓ୍ବାରଙ୍କ ଦଳ ଏନସିପି ଦିଲ୍ଲୀରେ ଡେବ୍ୟୁ କରିଛି। ଏଥିସହ ବିଧାନସଭା ର୍ନିବାଚନ ପାଇଁ ୩୦ ଜଣ ପ୍ରାର୍ଥୀଙ୍କ ତାଲିକା ମଧ୍ୟ ଘୋଷଣା କରିଛି। ଦଳ ମହାରାଷ୍ଟ୍ରରରେ ଭାଜପା ସହିତ କ୍ଷମତାରେ ଅଛି। ହେଲେ ଦିଲ୍ଲୀରେ ଭାଜପା ସହିତ ନ ମିଶି ଏକା ର୍ନିବାଚନ ଲଢ଼ିବ ବୋଲି ଦଳର ସୁପ୍ରିମୋ ଅଜିତ ପାୱାର ସ୍ପଷ୍ଟ କରିଦେଇଛନ୍ତି। ଯାହାକୁ ନେଇ ଭାଜପା ହାଇକମାଣ୍ଡଙ୍କ ମୁଣ୍ଡବିନ୍ଧା ବଢିଛି। ଇଣ୍ଡିଆ ପରେ ଏନଡିଏରେ ଏବେ ଫାଟ ଜଳଜଳ ଦିଶୁଛି। ସେପଟେ ଜାତୀୟ ରାଜନୀତି ମଧ୍ୟ ଜୋର୍‌ ଧରିଛି।

ବିଶ୍ୱନାଥ ଅଗ୍ରୱାଲଙ୍କୁ ଏନସିପି ହାଇ-ପ୍ରୋଫାଇଲ ଆସନ ନୂଆଦିଲ୍ଲୀରୁ ପ୍ରାର୍ଥୀ କରିଛି। ଏଠାରେ ତାଙ୍କ ମୁକାବିଲା ସିଧାସଳଖ ଏଏପି ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କ ସହିତ ହେବ। ଏନସିପି ପୂର୍ବରୁ ତାର ପ୍ରଥମ ତାଲିକା ପ୍ରକାଶ କରିସାରିଛି ଏବଂ ଏବେ ଦ୍ୱିତୀୟ ତାଲିକା ସହିତ ଦଳ ନିଜର ରଣନୀତିକୁ ଆହୁରି ମଜବୁତ କରିଛି। ଦଳ ବିଭିନ୍ନ ର୍ନିବାଚନମଣ୍ଡଳୀରେ ପ୍ରାର୍ଥୀଙ୍କୁ ଚୂଡ଼ାନ୍ତ କରିଛି, ଯେଉଁଥିରେ ଦିଲ୍ଲୀର ବିଭିନ୍ନ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ମଧ୍ୟ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri