ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ ଶୁକ୍ରବାର ପଞ୍ଜାବର ସିନେମାହଲ୍‌ଗୁଡ଼ିକରେ ପ୍ରଦର୍ଶିତ ହୋଇନାହିଁ। ଉକ୍ତ ଚଳଚ୍ଚିତ୍ରକୁ ବେଆଇନ ଘୋଷଣା କରିବା ପାଇଁ ଅଧିକାଂଶ ରାଜନେତା ଦାବି କରିଛନ୍ତି।
ଗୁରୁଦ୍ୱାରାଗୁଡ଼ିକର ଶୀର୍ଷ ସଂଗଠନ ଏସ୍‌ଜିପିସି ଏବଂ ବିଭିନ୍ନ ଶିଖ୍‌ ସଂଗଠନ ସିନେମାକୁ ବିରୋଧ କରି ସାରା ରାଜ୍ୟର ସିନେମାହଲ୍‌, ମଲ୍ଟିପ୍ଲେକ୍ସ ଏବଂ ମଲ୍‌ଗୁଡ଼ିକ ବାହାରେ ବିକ୍ଷୋଭ କରିଥିଲେ। ଏହି ରାଜନୈତିକ କାହାଣୀ ଆଧାରିତ ଚଳଚ୍ଚିତ୍ରକୁ କଙ୍ଗନା ଲେଖିବା ସହ ନିର୍ଦ୍ଦେଶନା ଦେଇଛନ୍ତି ଓ ନିର୍ମାଣ କରିଛନ୍ତି। ପଞ୍ଜାବରେ ଏହାର ପ୍ରଦର୍ଶନକୁ ବ୍ୟାନ୍‌ କରାଯିବା ଦାବି କଳା ଓ କଳାକାରଙ୍କ ପ୍ରତି ନିର୍ଯାତନା ବୋଲି କହି ସେ ନିନ୍ଦା କରିଛନ୍ତି। ୧୯୭୫ରୁ ୧୯୭୭ ପର୍ଯ୍ୟନ୍ତ ୨୧ ମାସ ଧରି ଭାରତରେ ଲାଗୁ ହୋଇଥିବା ଜରୁରୀ ପରିସ୍ଥିତି ଆଧାରରେ ନିର୍ମିତ ‘ଏମର୍ଜେନ୍ସି’ରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଅଭିନୟ କରିଛନ୍ତି। ସେନ୍‌ସର ପ୍ରମାଣପତ୍ରକୁ ନେଇ ଚଳଚ୍ଚିତ୍ରଟି ବିବାଦରେ ରହିଥିବାବେଳେ ଶିଖ୍‌ ସମ୍ପ୍ରଦାୟକୁ ଏଥିରେ ଭୁଲ୍‌ ଉପସ୍ଥାପନା କରାଯାଇଥିବା ଅଭିଯୋଗ ହୋଇଛି। ବହୁ ବିଳମ୍ବରେ ଶୁକ୍ରବାର ଚଳଚ୍ଚିତ୍ର ସାରା ଦେଶରେ ମୁକ୍ତିଲାଭ କରିଛି। ତେବେ ପଞ୍ଜାବର ଲୁଧିଆନା, ଅମୃତସର, ପଟିଆଲା, ଜଳନ୍ଧର, ହୋଶିଆରପୁର ଏବଂ ବଠିଣ୍ଡାର ସିନେମାହଲ୍‌ଗୁଡ଼ିକରେ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇନାହିଁ। ଅମୃତସରରେ ବହୁସଂଖ୍ୟାରେ ମହିଳା ପୁରୁଷ କଳାପତାକା ଏବଂ ଏମର୍ଜେନ୍ସିକୁ ବ୍ୟାନ୍‌ ଓ ବାସନ୍ଦ କରାଯାଉ ଲେଖାଥିବା ପ୍ଲାକାର୍ଡ ଧରି ବିକ୍ଷୋଭରେ ସାମିଲ ହୋଇଥିଲେ। ସିନେମାଟିର ମୁକ୍ତିଲାଭ ବନ୍ଦ କରିବାକୁ ଆମେ କେନ୍ଦ୍ର ଓ ପଞ୍ଜାବ ସରକାରଙ୍କୁ କହିଥିଲେ ମଧ୍ୟ କୌଣସି ଫଳ ହେଲାନାହିଁ ବୋଲି ଏସ୍‌ଜିପିସିର ପ୍ରତାପ ସିଂ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri