ଯୋଡ଼ାବନ୍ଧ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରିଡା ପ୍ରତିଯୋଗିତା ଉଦ୍‌ଯାପିତ

ଲାଞ୍ଜିଗଡ଼,୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଯୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି କ୍ରୀଡ଼ା ପ୍ରତିଯୋଗିତାରେ ଯୋଡ଼ାବନ୍ଧର ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାୟ ୬ ଶହ ଛାତ୍ରଛାତ୍ରୀ ସ୍କୁଲରେ ଥିବା ଗଣେଷ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ଗଣେଶ ମନ୍ଦିରରୁ ମଶାଲ ନେଇ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ନିଜ ସ୍କୁଲ ଖେଳ ପଡିଆକୁ ଫେରିଥିଲେ।

ସ୍କୁଲର ପ୍ରଧାନ ଶିକ୍ଷକ ସୁଖଦେବ ମଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଳକ ଅତିରିକ୍ତ ଶିକ୍ଷା ଅଧିକାରୀ ସୁଧଳଦେବ ମୁଣ୍ଡ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ପଞ୍ଚାୟତ ସମିତି ଉପାଦକ୍ଷ ସଞ୍ଜୀବ କୁମାର ନାୟକ, ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ,ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନିଳାଞ୍ଚଳ ପ୍ରଧାନ, ସିଆରସିସି ସୌଭାଗ୍ୟ ରଞ୍ଜନ ସାହୁ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋବର୍ଦ୍ଧନ ମାଝୀ,ସମାଜସେବୀ ଲଷ୍ମୀଧର ସନ୍ତୋଷ ରାଏ,ବିଶ୍ୱନାଥପୁର ପୂର୍ବତନ ସରପଞ୍ଚ ଅନ୍ତ ରାମ ପ୍ରଧାନୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବାଲାଜି ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମଟିକୁ ବରିଷ୍ଠ ଶିକ୍ଷକ ସୁବାଷ ଚନ୍ଦ୍ର ନାୟକ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ପ୍ରତିଯୋଗିତାରେ ସ୍କୁଲର ୧୯୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ଏଥିରେ ଫୁଟବଲ,ଭଳିବଲ, ଖୋକୋ, ଦୌଡ,ଉଚ୍ଚ ଡିଆଁ,ଲମ୍ବ ଡିଆଁ,ସଟଫୁଟ,ଡିସକସ ଥ୍ରୋ,ଜାଭଲିନ ଥ୍ରୋ ଆଦି ୨୦ ଟି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ସାର୍ଟିଫିକେଟ ସହ ପୁରସ୍କାର ପ୍ରଦାନ କରିଥିଲେ।ଏହି କ୍ରୀଡା ପ୍ରତିଯୋଗିତାରେ ବ୍ଳକର ପ୍ରଥମ ଥର ପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ପୋଲିସ ଷ୍ଟେସନ, କୋର୍ଟ, ଅଗ୍ନିଶମ ବିଭାଗ, ବ୍ୟାଙ୍କ, ଅଙ୍ଗନବାଡି କେନ୍ଦ୍ର ଆଦି ଷ୍ଟଲ ଛାତ୍ରଛାତ୍ରୀଙ୍କ ଦ୍ବାରା ର୍ନିମାଣ କରାଯାଇ ଲୋକଙ୍କୁ କିଭଳି ଭାବେ ସଚେତନ କରାଯିବ ସେନେଇ ଅତିଥିମାନେ ଷ୍ଟଲ ପରିଦର୍ଶନ କରିବା ସମୟରେ ଛାତ୍ରଛାତ୍ରୀ ମାନେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ଥିଲା। ପ୍ରତିଯୋଗିତାକୁ ସ୍କୁଲର ଖେଳ ଶିକ୍ଷକ ଅନନ୍ତ ନାରାୟଣ ନାୟକ ପରିଚାଳନା କରିଥିଲେ।ଏହି ଅବସରରେ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଯୋଡ଼ାବନ୍ଧ ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଯୋଡ଼ାବନ୍ଧର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri