ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି।

ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri