ଟ୍ରକ ଚକା ତଳେ ପଡ଼ି ଚାଲିଗଲା ବାଇକ୍‌ ଚାଳକଙ୍କ ଜୀବନ

ପଟ୍ଟାଙ୍ଗି,୧୯।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ୨୬ ନଂ ଜାତୀୟ ରାଜପଥ ରାଲେଗଡ଼ା ପଞ୍ଚାୟତ ବୋଡାପାଡୁ ଛକରେ ରବିବାର ଟ୍ରକ ଚକା ତଳେ ପଡି ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆବୁଡୁ ରାଜୁ।

ମିଳିଥିବା ସୂଚନା ମୁତାବକ ସୁଙ୍କି ପଞ୍ଚାୟତ ଅଧୀନ ଇପାବାଲସା ଗ୍ରାମର ରାଜୁ ଏକ ବାଇକ୍‌(ନଂ.ଏପି୩୧ସିଏଚ୍‌-୭୩୮୪) ଯୋଗେ ପଟ୍ଟାଙ୍ଗିରୁ ନିଜ ଗାଁକୁ ଫେରୁଥିଲେ। ବୋଡାପାଡୁ ଛକଠାରେ ରାଜୁ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ଏକ ଗ୍ୟାସ ଟ୍ୟାଙ୍କି ବୋଝେଇ ଟ୍ରକ(ନଂ.ଏପି୩୯ଭିଇ୫୯୪୪) ଚକା ତଳେ ପଡି ଯାଇଥିଲେ । ଫଳରେ ଘଟଣା ସ୍ଥଳର ରାଜୁଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ଏସ୍‌ଆଇ ପ୍ରଦୀପ୍ତ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ପଟ୍ଟାଙ୍ଗି ପୋଲିସ ଏଏସ୍‌ଆଇ ମାଧବ ତାଡିଙ୍ଗି ଏବଂ କର୍ମଚାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ପୋଲିସ ଟ୍ରକକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳେ ପହଞ୍ଚି ଥିବାରୁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରି ଜାତୀୟ ରାଜପଥରେ ଯେପରି ଗାଡ଼ି ଚଳାଚଳ ସ୍ବାଭାବିକ ରହିବ ସେନେଇ ଦୃଷ୍ଟି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri