ସୀମାନ୍ତରେ ପୁଣି ଗୁଳି ବିନିମୟ: ୨ ମାଓବାଦୀ ନିହତ, ଜଣେ ଯବାନ ଆହତ

ନୂଆପଡ଼ା,୨୦ା୧(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ଛତିଶଗଡ-ନୂଆପଡ଼ା ଜିଲା ସୀମାନ୍ତରେ ପୁଣି ମାଓବାଦୀ ଓ ଯୁବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣେ ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ନିହତ ମାଓବାଦୀ ଓ ଆହତ ଯବାନଙ୍କ ପରିଚୟ ମିଳି ନ ଥିବା ନୂଆପଡା ଅରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ମୁତାବକ ରବିବାର ରାତିରୁ ନୂଆପଡ଼ା ଜିଲା ସୀମାଠାରୁ ୫ କିଲୋମିଟର ଦୂର ଛତିଶଗଡ଼ ମୈନପୁର ଥାନା କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ସେହି ଅନୁଯାୟୀ ଉଭୟ ରାଜ୍ୟର ଯବାନ ମିଳିତ ଭାବେ ଅଭିଯାନ ଆରମ୍ଭ କରିଥିଲେ। ମଧ୍ୟ ରାତ୍ରରୁ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇଜଣ ମାଓବାଦୀ ନିହତ ହୋଇଥିବା ବେଳେ ଛତିଶଗଡର ଜଣେ ଯବାନ ଆହତ ହୋଇ ରାୟପୁରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଗୋଟିଏ ଏସ୍‌ଏଲ୍‌ଆର୍‌, ୩ଟି ଆଇଡି ସହ ଏଲ୍‌ଇଡି ଓ ଅନ୍ୟାନ୍ୟ ସାମଗ୍ରୀ ରହିଛି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ତଲାସୀ ଅଭିଯାନ ଜୋରଦାର କରାଯାଇଛି। ମିଳିତ ଅପରେଶନରେ ୩ଟି ଏସ୍‌ଓଜି ଟିମ, ଛତିଶଗଡ ପୋଲିସର ୨ ଇ-୩୦ ଟିମ୍‌ ଓ ୫ ସିଆର୍‌ପିଏଫ୍‌ ଯବାନ ସାମିଲ ଅଛନ୍ତି ା ମାଓବାଦୀ ଦମନ ପାଇଁ କୋମ୍ବିଂ ଅପରେଶନକୁ ଆହୁରି ଜୋରଦାର କରାଯିବ ବୋଲି ଏସ୍‌ପି ରାଘବେନ୍ଦ୍ର କହିଛନ୍ତି। ପ୍ରକାଶଥାଉ କି କିଛିଦିନ ପୂର୍ବେ ଛତିଶଗଡ-ନୂଆପଡ଼ା ଜିଲା ସୀମାଠାରୁ ୮ କିଲୋମିଟର ଦୂରରେ ମାଓବାଦୀ ଓ ଯବାନଙ୍କ ଗୁଳି ବିନିମୟରେ ଜଣେ ମାଓବାଦୀ ନିହତ ହୋଇଥିଲେ। ସେତେବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣ ଅସ୍ତ୍ରଶସ୍ତ୍ର ଓ ମାଓବାଦୀ ସାମଗ୍ରୀ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri