ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଏହିମାନଙ୍କୁ ମିଳିବ ଘର, ଦୁଇ ଚକିଆ ଯାନ, ଫ୍ରିଜ୍‌ ଥିଲେ…

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫଲଶଇନ ଓ ଅନଲାଇନ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ। ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। ୨୨ ଲକ୍ଷ ଲୋକଙ୍କୁ ସାମିଲ କରିବା ଲକ୍ଷ୍ୟ । ଆଉ ରହିବନି ବିଜୁ ପକ୍କା ଘର ସ୍କିମ । ସମସ୍ତଙ୍କୁ ମିଳିବ ଘର । କୌଣସି ଯୋଗ୍ୟ ହିତାଧିକାରୀ ସରକାରୀ ଆବାସରୁ ବଞ୍ଚିତ ହେବେ ନାହିଁ । ତେଣୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯୋଗ୍ୟତା ମାପଦଣ୍ଡକୁ କୋହଳ କରିଛନ୍ତି ସରକାର । ସର୍ବାଧିକ ମାସିକ ଆୟ ୧୦ ହଜାରରୁ ୧୫ ହଜାରକୁ ବଢ଼ାଇଛନ୍ତି । ସେହିପରି ପୂର୍ବ ମାପଦଣ୍ଡରେ ଅନେକ ପରିବର୍ତ୍ତନ କରିଛନ୍ତି ।

ପୂର୍ବରୁ ହିତାଧିକାରୀଙ୍କ ପରିବାରର ସର୍ବାଧିକ ମାସିକ ଆୟ ୧୦ ହଜାର ରଖାଯାଇଥିଲା । ଏହାକୁ ବଢ଼ାଇ ୧୫ ହଜାର କରାଯାଇଛି । ଦୁଇ ଚକିଆ ଯାନ, ଫ୍ରିଜ୍‌ , ଲ୍ୟାଣ୍ଡ ଫୋନ ଥିଲେ ବି PMAY ପାଇଁ ଯୋଗ୍ୟ ବିବେଚିତ ହୋଇପାରିବେ । ଦିବ୍ୟାଙ୍ଗ ଓ ଭିନ୍ନ ହୋଇଥିବା ପୁଅଙ୍କୁ ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ । ସେହିପରି ବିଧବା ଓ ନିରାଶ୍ରୟ ମହିଳା ଏହି ଯୋଜନାରେ ମଧ୍ୟ ସାମିଲ ହୋଇପାରିବେ। ସର୍ଭେ ସମୟ ଅବଧି ଭିତରେ ଯଦି କୌଣସି ଯୋଗ୍ୟ ହିତାଧିକାରୀ ବାଦ ପଡୁଛନ୍ତି, ତେବେ ସେମାନଙ୍କୁ ରାଜ୍ୟ ସରକାରଙ୍କ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଘର ଯୋଗାଇ ଦେବାକୁ ସରକାର ଯୋଜନା କରୁଛନ୍ତି ।

ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri