ରାଶନ କାର୍ଡ: ଅଯୋଗ୍ୟ ତାଲିକାରେ ୫୧୪

ହାଟଡ଼ିହୀ,୨୨ା୧(ଶୁଭକାନ୍ତ ନାୟକ):ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଥିବା ଯୋଗ୍ୟ ଏବଂ ଅଯୋଗ୍ୟ, ଭୂତ ହିତାଧିକାରୀଙ୍କୁ ଚିହ୍ନଟ ଏବଂ ସ୍ବଚ୍ଛତା ଆଣିବା ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାଦ୍ୱାରା ସରକାରୀ ସୁବିଧାର ଲାଭ ଉଠାଉଥିବା ଅଯୋଗ୍ୟ ଏବେ ଅଡ଼ୁଆରେ ପଡ଼ିଛନ୍ତି। ଏହି କ୍ରମରେ ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ତରଫରୁ ବ୍ଲକ୍‌ ଅନୁସାରେ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ ହୋଇଛି। ଏଥିରେ କେନ୍ଦୁଝରର ୫୧୪ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି।
ତାଲିକା ମୁତାବକ, କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌କୁ ଆସିଥିବା ତାଲିକାରେ ୧୩୨ ପରିବାରର ୫୧୪ଜଣ ହିତାଧିକାରୀଙ୍କ ନାମ ରହିଛି। ହିତାଧିକାରୀଙ୍କ ମଧ୍ୟରେ ବିଭିନ୍ନ ବର୍ଗର ବେତନପ୍ରାପ୍ତ କର୍ମଚାରୀଙ୍କ ନାମ ରହିଛି l ତେବେ ଉକ୍ତ ତାଲିକା ଅନୁସାରେ ଅଯୋଗ୍ୟ ହିତାଧିକାରୀ ରାଶନ ସାମଗ୍ରୀ ନେଉଛନ୍ତି କି ନାହିଁ ତାହା ଅଦ୍ୟାବଧି ସ୍ପଷ୍ଟ ହୋଇନି। ଏଥିସହ ଏହି ତାଲିକାରେ ଥିବା ସମସ୍ତ ହିତାଧିକାରୀଙ୍କ ମଧ୍ୟରୁ କେତେଜଣ ଯୋଗ୍ୟ ଏବଂ କେତେଜଣ ଅଯୋଗ୍ୟ ତାହା ମଧ୍ୟ ଅଦ୍ୟାବଧି ଜଣାପଡ଼ିନି। ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କେତେଜଣ ଯୋଗ୍ୟ ହିତାଧିକାରୀଙ୍କ ନାମ ମଧ୍ୟ ଏହି ଅଯୋଗ୍ୟ ତାଲିକାରେ ରହିଥିବା ଜଣାପଡ଼ିଛି। ବ୍ଲକ୍‌ ଯୋଗାଣ ଅଧିକାରୀ ସତ୍ୟ ନାରାୟଣ ପଟ୍ଟନାୟକ କହିଛନ୍ତି, ରାଜ୍ୟ ସରକାରଙ୍କ ତରଫରୁ ପ୍ରତି ବ୍ଲକ୍‌କୁ ଏକ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା ଦିଆଯାଇଛି। ଏଥିରେ ହାଟଡ଼ିହୀର ୧୩୨ ପରିବାରର ୫୧୪ ଜଣ ଅଯୋଗ୍ୟ ହିତାଧିକାରୀଙ୍କ ଏକ ତାଲିକା ଆସିଛି। ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରୁ ଏହି ତାଲିକା ସଂଗ୍ରହ କରାଯାଇ ଦିଆଯାଇଛି। ତଦନ୍ତ କରିବା ପରେ ପ୍ରକୃତ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇପାରିବ। ୫୧୪ ଅଯୋଗ୍ୟ ହିତାଧିକାରୀ ରାଶନ ସାମଗ୍ରୀ ନେଇଛନ୍ତି କି ନାହିଁ ତାହା ତଦନ୍ତ ପରେ ସ୍ପଷ୍ଟ ହେବ। ୧୦ ହଜାର ଟଙ୍କାରୁ କମ ଦରମା ପାଉଥିବା କର୍ମଚାରୀ ନିୟମ ଅନୁସାରେ ରାଶନ ସାମଗ୍ରୀ ପାଇପାରିବେ। ତେଣୁ ଉକ୍ତ ତାଲିକାରେ ମଧ୍ୟ ସେପରିି କର୍ମଚାରୀ ଅନ୍ତର୍ଭୁକ୍ତ ଅଛନ୍ତି। ଜିଲା ଯୋଗାଣ ଅଧିକାରୀ ଅଜୟ କୁମାର ରଥ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା ସରକାରଙ୍କ ତରଫରୁ ଆମ ପାଖକୁ ଆସିନି। ବିଭିନ୍ନ ବ୍ଲକକୁ ତାଲିକା ଆସିଛି। ଏ ସଂକ୍ରାନ୍ତରେ ରିପୋର୍ଟ ଦେବା ପାଇଁ ବିଭିନ୍ନ ବ୍ଲକ୍‌କୁ କୁହାଯାଇଛି। ବ୍ଲକଗୁଡ଼ିକରୁ ରିପୋର୍ଟ ମିଳିବା ପରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri